Heavy Rainfall / ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,୬ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
·1 hour ago·2 min read

Key Points
ଆଜିଠୁ ବଢ଼ିବ ବର୍ଷାର ପରିମାଣ
ଦୁଇଦିନ ପ୍ରବଳ ବର୍ଷିବ
କିଛି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି
ସମୁଦ୍ର ଅଶାନ୍ତ ରହିବ, ମତ୍ସ୍ୟଜୀବୀଙ୍କୁ ଯିବା ମନା

ଭୁବନେଶ୍ବର,୦୩/୦୭: ସକ୍ରିୟ ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବେଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବା ସହ ଜଳମଗ୍ନ ସ୍ଥିତି ଉପୁଜିବାର ସମ୍ଭାବନା ରହିଛି । କିଛି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏପଟେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।
ଆସନ୍ତା ୨୪ ଘଣ୍ଟା ପାଇଁ ଭୀଷଣ ବର୍ଷା ନେଇ 2 ଜିଲ୍ଲା କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଏବଂ ଏହାର ଆଖପାଖ ଅଞ୍ଚଳରେ ଘଣ୍ଟା ପ୍ରତି ୪୦-୫୦ କିମି ବେଗରେ ପବନ ସହିତ ଝଡ଼ବର୍ଷା ହୋଇପାରେ ଏବଂ ପବନର ବେଗ ବଢ଼ି ୬୦ କିଲୋମିଟର ଘଣ୍ଟା ପ୍ରତି ପବନ ବହିପାରେ । ତେଣୁ ଆଗାମୀ ୪ ଦିନ ସମୁଦ୍ର ସ୍ଥିତି ଅଶାନ୍ତରୁ ଅତି ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
ପଢନ୍ତୁ ଏହି ଖବର: ଆସନ୍ତା କାଲି ଲଘୁଚାପ ! ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ଏହା ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଜି ଅପରାହ୍ନରୁ ଉପକୂଳ ଓଡ଼ିଶାରେ ବର୍ଷା ବଢ଼ିବ । ଆଜି ଓ ଆସନ୍ତାର କାଲି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଆସନ୍ତା କାଲି ଓ ୫ ତାରିଖ ଉତ୍ତର ଓଡ଼ିଶାରେ ଲଗାଣ ବର୍ଷା ହୋଇପାରେ । ଆସନ୍ତା ୬ ତାରିଖରୁ କ୍ରମଶଃ ବର୍ଷା ପରିମାଣ କମିପାରେ । ମାତ୍ର ୯ ତାରିଖ ପର୍ଯ୍ୟନ୍ତ କିଛି କିଛି ସ୍ଥାନରେ ବର୍ଷା ହେବ । ୧୨ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୧୨ ତାରିଖରୁ ୧୫ ଯାଏଁ ପୁଣି ବର୍ଷା ବଢ଼ିପାରେ ବୋଲି ପାଣିପାଗ ବିଜ୍ଞାନୀ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories