weather / ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

Key Points
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୬ ତାରିଖରେ ଅବପାତ, ୨୭ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ପୂର୍ବାନୁମାନ କରିଛି ବିଭାଗ I
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୬ ତାରିଖରେ ଅବପାତ, ୨୭ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ପୂର୍ବାନୁମାନ କରିଛି ବିଭାଗ I ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଦ୍ଵିତୀୟ ଲଘୁଚାପ ୨୫ ସେପ୍ଟେମ୍ବର ବେଳକୁ ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ଅଛି। ତେବେ ଏହି ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି, ୨୬ ସେପ୍ଟେମ୍ବର ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରୁ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅଵପାତର ରୂପ ନେବ।
ଏହା ୨୭ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି। ୨୫ ରୁ ୨୭ ସେପ୍ଟେମ୍ବର ମଧ୍ୟରେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ପ୍ରଦେଶ ,ଓଡ଼ିଶା , ପଶ୍ଚିମବଙ୍ଗ ଉପକୂଳରେ ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପରିସ୍ଥିତି ଅଶାନ୍ତ ରହିବ । ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
📱 Get Argus News App
✨୨୫ ରୁ ୨୭ ସେପ୍ଟେମ୍ବର ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ପ୍ରଦେଶ , ଓଡ଼ିଶା , ପଶ୍ଚିମବଙ୍ଗ ଉପକୂଳରେ ଏବଂ ନିକଟବର୍ତ୍ତୀ ଅଞ୍ଚଳରେ ନ ଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୪ ସେପ୍ଟେମ୍ବର ସୁଦ୍ଧା ଉପକୂଳକୁ ଫେରିବାକୁ ସତର୍କ କରିଛି ବିଭଗ I
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର: