ଆଗାମୀ 24 ଘଣ୍ଟା ପଶ୍ଚିମ ଉତ୍ତର ପଶ୍ଚିମଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା

Key Points
ସୃଷ୍ଟି ହେଲା ଲଘୁଚାପ
ପଶ୍ଚିମ ଉତ୍ତର ପଶ୍ଚିମଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା
ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ସୃଷ୍ଟି ହେଲା ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ପାର୍ଶ୍ଵବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ 24ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ରହିଛି ।
ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
📱 Get Argus News App
✨ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ପାଇଁ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଜାରି ହୋଇଛି ରେଡ୍ ଆଲର୍ଟ ଜାରି ହୋଇଥିବା ବେଳେ ୪ଜିଲ୍ଲା ଅର୍ଥାତ୍ କେଉଁଝର, ମୟୁରଭଞ୍ଜ, ସମ୍ବଲପୁର,ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଅନ୍ୟ ୨୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ।