ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା: ୨୯ରେ ନେବ ଅବପାତ ରୂପ
·2 years ago

ଅର୍ଗସ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ଥାଇଲାଣ୍ଡ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସୋମବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ରୂପ ନେବ। ପରେ ୨୯ ତାରିଖ ବେଳକୁ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ତେବେ ରାଜ୍ୟକୁ ଏହାର ପ୍ରଭାବ ପଡ଼ିବନି ବୋଲି ପାଣିପାଗ ବିଶେଷଜ୍ଞ ମାନେ ଆକଳନ କରିଛନ୍ତି।
୨୮ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ପାଗ ଶୁଖିଲା ରହିବ। ସେହିପରି ଆସନ୍ତା ୪ରୁ ୫ଦିନ ଯାଏ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି କୁହାଯାଇଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: