Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ

Smruti Parija
Browse all articles by Smruti Parija
·1 year ago·1 min read
ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ

ଅର୍ଗସ ବ୍ୟୁରୋ: ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଗଭୀର ଅବପାତଟି ବାଂଲାଦେଶ ଓ ପଶ୍ଚିମବଙ୍ଗ ଗାଙ୍ଗେଟିକ୍ ଅଂଚଳ ଉପରେ ରହିଛି। ପଶ୍ଚିମ ଉତ୍ତର ପଶ୍ଚିମ ଦେଇ ଗତି କରିବା ସହ ଆଜି ପାଇଁ ତୀବ୍ରତା ରହିବ। ଗତ ୬ ଘଣ୍ଟା ଧରି ୨୮ କିମି ବେଗରେ ଗତି କରୁଛି । 

ଆସନ୍ତା ୨୪ ଘଣ୍ଟା ପରେ ପୁଣି ଗଭୀର ଅବପାତଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଦୁର୍ବଳ ହେବା ସହ ୪୮ ଘଣ୍ଟା  ମଧ୍ୟରେ ଅବପାତ ରେ ପରିଣତ ହେବା ସହ ଝାରଖଣ୍ଡ ଓ ଛତିଶଗଡ ଆଡକୁ ଗତି କରିବ ବା ଉପକୂଳ ଅତିକ୍ରମ କରିବ। ଯାହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । 

ଆସନ୍ତା ୨୪ ଘଣ୍ଟା ପାଇଁ ମୟୁରଭଞ୍ଜ,କେଉଁଝର,ବାଲେଶ୍ଵର ରେ ଭୀଷଣ ବର୍ଷା ର ସମ୍ଭାବନା ଥିବାରୁ ଏହି ୩ ଟି ଜିଲ୍ଲାକୁ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
low pressure in the Bay of Bengal turned into a deep depression | Argus News