Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ:  ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ। ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ। ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଟି ସକ୍ରିୟ ରହିଛି ଓ ଆସନ୍ତା ଦୁଇ ଦିନରେ ଏହା ୱେଲ ମାର୍କଡ୍‌ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର  ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର  ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ ।

ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ୫ ଦିନ ଭାରୀ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । ଆଜି ପାଇଁ ମୟୁରଭଞ୍ଜ, କେଉଁଝର, ଝାରସୁଗୁଡ଼ା,ସୁନ୍ଦରଗଡ଼, ସମ୍ବଲପୁର ଓ ଦେଓଗଡ଼ ର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିୱୁ ଜିଲ୍ଲାକୁ ୟେଲୋ warning ଜାରି। ସେପଟେ ୨୯ରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି କହିଛି ପାଣିପାଗ ବିଭାଗ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low pressure is active in the Bay of Bengal, heavy rain for the next 4 days | Argus News