୨୩ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା, ଆଜିଠୁ ବଢିବ ବର୍ଷା
·1 year ago·1 min read

ଅର୍ଗସ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୨୩ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା। ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରୁଥିବା ବେଳେ ଆଜିଠୁ ବଢ଼ିବ ବର୍ଷା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରୀ କରିଛି ୟେଲୋ ୱାର୍ଣ୍ଣିଂ। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ବର୍ଶା ସମ୍ଭାବନା ରହିଛି। ଦକ୍ଷିଣ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ : ଗଭୀର ଅବପାତରେ ରୂପ ନେଲା ଲଘୁଚାପ: ଆଗାମୀ ୨୪ ଘଣ୍ଟା ଯାଏ ପ୍ରବଳ ବର୍ଷା
ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିକି, କୋରାପୁଟ, ରାୟଗଡା, କନ୍ଧମାଳ, କଟକ , ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ ହୋଇଛି। ଏଭଳି ସ୍ଥିତି ଆସନ୍ତା ୨୬ ତାରିଖ ଯାଏଁ ଜାରୀ ରହିବ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: