Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା, ଭାରତୀୟ ପାଣିପାଗ ବିଭାଗର ସୂଚନା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା, ଭାରତୀୟ ପାଣିପାଗ ବିଭାଗର ସୂଚନା

ଅର୍ଗସ ବ୍ୟୁରୋ:  ଭିଜିବ ଦଶହରା। ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା ଦେଲା ଭାରତୀୟ ପାଣିପାଗ ବିଭାଗ। ପ୍ରଭାବରେ ୪ ଓ ୫ ତାରିଖରୁ ବର୍ଷାର ସମ୍ଭାବନା ଥିବା ବେଳେ ଭିଜିବ ସାରା ଓଡିଶା। ଭାରତୀୟ ପାଣିପାଗ ବିଭାଗର ଜାରି କରିଥିବା ଦୀର୍ଘମିଆଦୀ ପ୍ରେସ ରିଲିଜ  ରେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ଅର୍ଥାତ ୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଓ ତାର ପାଶ୍ୱବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ବର୍ତ୍ତମାନ ରାଜ୍ୟରେ କୌଣସି ନିଦିଷ୍ଟ ନିୟାମକ ସକ୍ରିୟ ନଥିବା  ବେଳେ ଆଗାମୀ ୫ ଦିନ ଅର୍ଥାତ ୩ ତାରିଖ ଯାଏ ବଡ ବର୍ଷା ନାହିଁ। କିଛି କିଛି ସ୍ଥାନରେ  ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା  ଜାରି ରହିବ। ପରେ ୪ ତାରିଖ  ପରେ ପୁଣି ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ  କରିଛି  ପାଣିପାଗ ବିଭାଗ।

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୯୦.୮ ମିମି  ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୫  ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୧୧୪୪.୩  ମିମି ବର୍ଷା ସ୍ୱାଭାବିକ ରହିବା କଥା। ବର୍ତ୍ତମାନ ସୁଦ୍ଧା ଦୁଇଟି ଜିଲ୍ଲାରେ ସ୍ୱାଭାବିକ ଠାରୁ  ଅଧିକ ବର୍ଷା ହୋଇଥିବା  ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୪ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ସେପଟେ ଗତ ୨୪ ଘଂଟାରେ କାଁଭାଁ ସ୍ଥାନରେ  ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗଂଜାମ ଶେରଗଡ଼ ରେ ସର୍ବାଧିକ ୪୧. ୦୦ ମିମି ବର୍ଷା ରେକର୍ଡ କରାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low pressure likely on October 6, India Meteorological Department informs | Argus News