Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଙ୍ଗୋପସାଗରରେ ଲଘୁଚାପ: ସ୍ଵଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା

Sushanta Sahoo
Browse all articles by Sushanta Sahoo
·1 year ago·2 min read
ବଙ୍ଗୋପସାଗରରେ ଲଘୁଚାପ: ସ୍ଵଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତି କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ।


ସେହିଭଳି ପାଣିପାଗ ବିଭାଗର ପୂର୍ବାନୁମାନ ଆସନ୍ତା ୨୪ ଘଣ୍ଟା ପରେ ବଦଳିବ ପାଗ । ୨ ରୁ ୩ ଡିଗ୍ରୀ କମିବ ଦିନ ତାପମାତ୍ରା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି । ୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ସେ ସବୁ ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି । ଆସନ୍ତା ୧୨ ତାରିଖ ଯାଏଁ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏ ସବୁ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଲଘୁଚାପର ବିଶେଷ ପ୍ରଭାବ ରହିବନି ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ । ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ । ପବନର ବେଗ କମ୍‌ ରହୁଥିବାରୁ ଲଘୁଚାପଟି ପ୍ରଭାବଶାଳୀ ହେବନି । ୮ରୁ ୧୦ ତାରିଖ ଯାଏଁ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୁଳ ଓଡ଼ିଶାର କିଛି ଅଞ୍ଚଳର ପ୍ରଭାବ ରହିବା ଆଶଙ୍କା ରହିଛି ।

Sponsored
Low Pressure On Bay Of Bengal Thunderstorm Alert | Argus News