Videos
|
Odisha

Weather Warning / ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ, ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା

Bikash Mohanty
Browse all articles by Bikash Mohanty
·1 hour ago·1 min read
ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ, ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା
Heavy Rain Fall

Key Points

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା
ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ.
୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଉପକୂଳ ଓ ଉତ୍ତର ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର,୧୪/୧୦: ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପ୍ରଭାବ। ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଥିବାରୁ ଆଜିଠାରୁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ବଢ଼ିବା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ପାଗରେ ପରିବର୍ତ୍ତନ ସହ ବର୍ଷାର ପ୍ରଭାବ ଅଧିକ ରହିବା ଆଶଙ୍କା ରହିଛି।

ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ୮ଟି ଜିଲ୍ଲାକୁ ହଳଦିଆ ଚେତାବନୀ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ପଢନ୍ତୁ ଏହି ଖବର: ଆସନ୍ତା ୧୩ ତାରିଖରୁ ବଦଳିବ ପାଗ, ଉପକୂଳରେ ପ୍ରବଳ ବର୍ଷିବ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିପାରେ। ବଜ୍ରପାତ ସମୟରେ ଖୋଲା ସ୍ଥାନରେ ନ ରହିବା ସହ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଉଛି।