ଅବପାତରେ ପରିଣତ ହେଲା ଲଘୁଚାପ, ପୁରୀରେ ପ୍ରବଳ ଛେଚିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଅବପାତରେ ପରିଣତ ହୋଇଛି । ଏହା ପୁରୀଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୪୦ କି.ମି ଏବଂ ଗୋପାଳପୁର ଓ ପାରାଦୀପଠାରୁ ୭୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଘଣ୍ଟା ପ୍ରତି ୩ କି.ମି. ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି ।
ଆଜି ଅବପାତ ପୁରୀ ଜିଲ୍ଲାର ଚିଲିକା ଉପକୂଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଓ ଏହା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏହି ସମୟରେ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।
#PressRelease on #Depression over Northwest and adjoining Westcentral Bay of Bengal off #Odisha and adjoining North Andhra Pradesh coasts. pic.twitter.com/gy1f71qEhP
📱 Get Argus News App
✨