Videos
|
Odisha

ଅବପାତରେ ପରିଣତ ହେଲା ଲଘୁଚାପ,ଶନିବାର ପୁରୀ କରିବ ଅତିକ୍ରମ

Sangram Tripathy
Browse all articles by Sangram Tripathy
·2 years ago·1 min read
ଅବପାତରେ ପରିଣତ ହେଲା ଲଘୁଚାପ,ଶନିବାର ପୁରୀ  କରିବ ଅତିକ୍ରମ

ଅର୍ଗସ ବ୍ୟୁରୋ : ଅବପାତରେ ପରିଣତ ହୋଇଛି ଲଘୁଚାପ। ଆସନ୍ତାକାଲି ସୁଦ୍ଧା ଅବପାତଟି ପୁରୀ ଦେଇ ଓଡ଼ିଶା ଉପକୂଳ କରିବ ଅତିକ୍ରମ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପୁରୀଠାରୁ ୭୦ କିମି ଦୂରରେ ଥିବାବେଳେ ଗୋପାଳପୁର ଓ ପାରାଦୀପଠାରୁ ୧୩୦ କିମି ଦୂରରେ ରହିଛି। ଫଳରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସମ୍ପର୍କରେ ସୂଚନା ଦିଆଯାଇଛି। ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ସେହିପରି କାଲି ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବ। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଯଦି କୌଣସି ସ୍ଥାନରେ ବନ୍ଧ ଭାଙ୍ଗି ବନ୍ୟା ଆସେ ତା’ର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ମଧ୍ୟ କୁହାଯାଇଛି। 

Low pressure turned into rainfall, will cross Puri on Saturday | Argus News