ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ
·1 year ago·1 min read

ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଲଘୁଚାପ ଆହୁରି ଘନୀଭୂତ ହେବାକୁ ବଳଗୋଟାଉଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଉପକୂଳରେ ହେବ ଅବପାତ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଅବପାତ। ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ।
ପ୍ରଭାବରେ ୧୦ ତାରିଖ ପର୍ଯ୍ୟନ୍ତ ନିର୍ଦ୍ଧୁମ ବର୍ଷା ହେବ। ଆଜି ସମସ୍ତ ଉପକୂଳ ଜିଲ୍ଲାମାନଙ୍କରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା। ବିଶେଷକରି ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ ଏବଂ ଯାଜପୁର ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବ। ସେପଟେ ଦକ୍ଷିଣ ଚୀନ ସାଗରରେ ଅଶାନ୍ତ ହେଉଛି ସୁପର ଟାଇଫୁନ୍ ୟାଗି। ଲଘୁଚାପ ଏବଂ ସୁପର ଟାଇଫୁନ୍ ମଧ୍ୟରେ ଦୂରତା ରହିଛି ୨ ହଜାର କିମି। ନିକଟରେ ନଥିଲେ ବି ଉଭୟଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖାଦେଇଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: