ଆଜି ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ, ଦିନ ୧୨ଟା ୫୭ରୁ ପାକତ୍ୟାଗ ଓ ଦେବନୀତି ବନ୍ଦ

Key Points
ଆଜି ବର୍ଷର ଶେଷ ଚନ୍ଦ୍ରଗ୍ରହଣ । ଆଜି ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ରଗ୍ରହଣ ପଡୁଛି । ୧୨ଟା ୫୮ରେ ପାକ ତ୍ୟାଗ, ଦେବନୀତି ନିଷେଧ।
ଆଜି ବର୍ଷର ଶେଷ ଚନ୍ଦ୍ର ଗ୍ରହଣ । ରାତି ୯ଟା ୫୮ରେ ଗ୍ରହଣ ସ୍ପର୍ଶ କରିବ । ରାତି ୧୨ଟା ୨୩ ମିନିଟରେ ପୂର୍ଣ୍ଣଗ୍ରାସ ଗ୍ରହଣ ଶେଷ ହେବ । ସେହିପରି ରାତି ୧ଟା ୨୮ ମିନିଟରେ ଗ୍ରହଣ ସର୍ବମୋକ୍ଷ ହେବ । ପ୍ରାୟ ୩ ଘଣ୍ଟା ୨୮ ମିନିଟ୍ ପର୍ଯ୍ୟନ୍ତ ଏହି ଗ୍ରହଣ ଚାଲିବ । ଏହି ବିରଳ ପୂର୍ଣ୍ଣଗ୍ରାସ ଗ୍ରହଣ ଭାରତ ସମେତ ଅଷ୍ଟ୍ରେଲିଆ, ଆଣ୍ଟାର୍କଟିକା, ନ୍ୟୁଜିଲାଣ୍ଡ, ଆଫ୍ରିକା, ପ୍ରଶାନ୍ତ ମହାସାଗର, ଆଟଲାଣ୍ଟିକା ମହାସାଗର ଆଦି ଅଞ୍ଚଳରେ ଦୃଶ୍ୟମାନ ହେବ । ତେବେ ଏହି ଚନ୍ଦ୍ର ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ ଦିନ ୧୨ଟା ୫୭ ମିନିଟରୁ ପାକତ୍ୟାଗ ଓ ଦେବନୀତି ନିଷେଧ କରାଯାଇଛି ।
ଆଜି ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ର ଗ୍ରହଣ ପଡୁଛି । ଭାଦ୍ରବ ଶୁକ୍ଲପକ୍ଷ ପୂର୍ଣ୍ଣିମାରେ ପଡ଼ୁଛି ଚନ୍ଦ୍ରଗ୍ରହଣ । ଭାଦ୍ରବ ପୂର୍ଣ୍ଣିମାରେ ଦ୍ୱିତୀୟ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାରେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ର ଗ୍ରହଣ ପଡୁଥିବାରୁ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି କିଛି ଜ୍ୟୋର୍ତିବିଦ ଗଣନା କରି କହିଛନ୍ତି ।
📱 Get Argus News App
✨ଭାଦ୍ରବ ମାସ ପୂର୍ଣ୍ଣମୀ ତିଥିରେ ରାହୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ଦୋଳପୂର୍ଣ୍ଣମୀରେ କେତୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଛି । ଏହି ଦୁଇଟି ଯାକ ଚନ୍ଦ୍ରଗ୍ରହଣ ବଡ଼ ବଡ଼ ପର୍ବ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ବତନ୍ତ୍ର ତିଥିରେ ପଡୁଛି । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଜ୍ୟୋତିଷ ରାଜପଣ୍ଡିତ ଶିବନାରାୟଣ ମହାପାତ୍ର ଗଣନା କରି କହିଛନ୍ତି ଯେ ୬ ମାସ ବ୍ୟବଧାନରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଥିବାରୁ ରାଜ୍ୟକୁ ଅଶୁଭ ବେଳା ରହିଛି । ଯେମିତି ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିପାରେ ଓଡ଼ିଶା ।