Videos
|
Odisha

Nuakhai Celebration / ମାଆ ସମଲେଶ୍ଵରୀଙ୍କଠାରେ ଲାଗି ହେଲା ନବାନ୍ନ...

Rashmita Mishra
Browse all articles by Rashmita Mishra
·1 hour ago·2 min read
ମାଆ ସମଲେଶ୍ଵରୀଙ୍କଠାରେ ଲାଗି ହେଲା ନବାନ୍ନ...
Nuakhai Celebration

Key Points

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୁଆଁଖାଇ ।
ମାଆ ସମଲେଶ୍ବରୀଙ୍କଠାରେ ଲାଗି ହେଲା ନବାନ୍ନ...
ଦର୍ଶନ ପାଇଁ ଭକ୍ତ ଶ୍ରଦ୍ଧାଳୁଙ୍କ ଭିଡ଼ । 

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୁଆଁଖାଇ ...ଚଳଚଞ୍ଚଳ ଗାଁଠୁ ସହର ... ଘରେ ଘରେ ପିଠାପଣାର ପ୍ରସ୍ତୁତି, ନୂଆଁ ଧାନରେ ମହକୁଛି ଭିଟାମାଟି । ମାଆ ସମଲେଶ୍ବରୀଙ୍କଠାରେ ଲାଗି ହେଲା ନବାନ୍ନ । ଦର୍ଶନ ପାଇଁ ଭକ୍ତ ଶ୍ରଦ୍ଧାଳୁଙ୍କ ଭିଡ଼ । ସେପଟେ ନୂଆଁଖାଇ ପାଇଁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଆଜି ଦୁଲୁକୁଛି ସମଗ୍ର ପଶ୍ଚିମ ଓଡ଼ିଶା। ସମସ୍ତେ ମିଶି ଧୁମଧାମରେ ପାଳନ କରୁଛନ୍ତି ଗଣପର୍ବ ନୂଆଖାଇ। ନୂଆ ଧାନର ପ୍ରଥମ ଅନ୍ନକୁ ଇଷ୍ଟଦେବୀ ମା' ସମଲେଇଙ୍କ ନିକଟରେ ଅର୍ପଣ କରିବା ସହ ପରିବାରର ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା କରି ପାଳିତ ହେଉଛି ଏହି ମହାନ ପର୍ବ। ନୂଆଁଖାଇ ଅବସରରେ ପଶ୍ଚିମ ଓଡ଼ିଶାର ପୁରପଲ୍ଲୀଠାରୁ ସହର ପର୍ଯ୍ୟନ୍ତ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି।

ପରମ୍ପରା ଅନୁଯାୟୀ, ଆଜି ଘରେ ଘରେ ବିଭିନ୍ନ ପ୍ରକାରର ପିଠାପଣା ଓ ପାରମ୍ପରିକ ବ୍ୟଞ୍ଜନ ପ୍ରସ୍ତୁତ ହୋଇଛି । ପରିବାରର ବଡ଼ମାନଙ୍କୁ ପ୍ରଣାମ କରି ଆଶୀର୍ବାଦ ନେବା ସହ ବନ୍ଧୁବାନ୍ଧବ ଓ ଆତ୍ମୀୟସ୍ୱଜନଙ୍କ ଭେଟଭାଟ ହୋଇ ଶୁଭେଚ୍ଛା ଜଣାନ୍ତି । ନୂଆଖାଇର ଆଉ ଏକ ବିଶେଷତ୍ୱ ହେଉଛି ‘ନୂଆଁଖାଇ ଭେଟଘାଟ’ । ଏହି ଅବସରରେ ଲୋକେ ପରସ୍ପରକୁ ଭେଟି ଶୁଭେଚ୍ଛା ଜଣାଇବା ସହ ସାମାଜିକ ସମ୍ପର୍କକୁ ଆହୁରି ମଜବୁତ କରନ୍ତି । ଜାତି, ଧର୍ମ ଓ ଦଳମତ ନିର୍ବିଶେଷରେ ଏହି ପର୍ବ ଭାଇଚାରା ଓ ଏକତାର ବାର୍ତ୍ତା ଦେଇଥାଏ ।

ସହରଠାରୁ ଦୂରରେ ରହୁଥିବା ଲୋକମାନେ ମଧ୍ୟ ଆଜି ନିଜ ମାଟି ଓ ପରିବାରକୁ ମନେ ପକାଇ ନୂଆଁଖାଇ ପାଇଁ ଘରମୁହାଁ ହୋଇଛନ୍ତି । ଫଳରେ ଗାଁଗୁଡ଼ିକରେ ପର୍ବର ଆନନ୍ଦ ଆହୁରି ଦ୍ୱିଗୁଣିତ ହୋଇଛି । ନୂଆଖାଇ ଆମକୁ ମାଟି, ଚାଷୀ ଓ ଅନ୍ନ ପ୍ରତି ସମ୍ମାନ କରିବାର ବାର୍ତ୍ତା ଦେଇଥାଏ । ପରମ୍ପରା, ସଂସ୍କୃତି ଓ ଭାଇଚାରାକୁ ଏକାଠି କରିଥିବା ଏହି ଗଣପର୍ବ ପଶ୍ଚିମ ଓଡ଼ିଶାର ଅସ୍ମିତାର ଏକ ଅବିଚ୍ଛେଦ୍ୟ ଅଂଶ ହୋଇ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: