Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Mahanadi Riverfront: ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

Sushanta Sahoo
Browse all articles by Sushanta Sahoo
·10 months ago·1 min read
Mahanadi Riverfront: ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

Key Points

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନଦୀ ହେଉଛି ଓଡ଼ିଶାର ଜୀବନ ରେଖା । ମହାନଦୀର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ପରିବେଶ, ସାଂସ୍କୃତିକ ତଥା ଆଧ୍ୟାତ୍ମିକ ପର୍ଯ୍ୟଟନର ପ୍ରମୁଖ କେନ୍ଦ୍ରରେ ପରିଣତ କରାଯିବ ।

ଭୁବନେଶ୍ଵର: ବହୁ ଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଯୋଜନା ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ କାର୍ଯ୍ୟକାରୀ ହେବ । ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା । ଜଳ ସମ୍ପଦ ବିକାଶ ବିଭାଗ ଦ୍ୱାରା ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ଖର୍ଚ୍ଚ ହେବ ।


ଯୋଜନାକୁ ମଞ୍ଜୁରୀ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ମହାନଦୀ ହେଉଛି ଓଡ଼ିଶାର ଜୀବନ ରେଖା । ମହାନଦୀର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ପରିବେଶ, ସାଂସ୍କୃତିକ ତଥା ଆଧ୍ୟାତ୍ମିକ ପର୍ଯ୍ୟଟନର ପ୍ରମୁଖ କେନ୍ଦ୍ରରେ ପରିଣତ କରାଯିବ । ଏହି ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିବ ।

ଏହି ଯୋଜନାର ପ୍ରମୁଖ ଉଦ୍ଦେଶ୍ୟ ହେଉଛି- ନଦୀ କୂଳରେ ସହର ପାଇଁ ସାମାଜିକ, ସାଂସ୍କୃତିକ ସୁବିଧା ଯୋଗାଇ ଦେବା, ମନୋରଞ୍ଜନ ପାର୍କ, ବିଜ୍ଞାନ ପାର୍କ, ହର୍ବାଲ ଉଦ୍ୟାନ ଆଦିର ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ, ନଦୀତଟ କ୍ଷୟ ତଥା ନଦୀ ସଂରଚନାର ନିୟନ୍ତ୍ରଣ, ଆବର୍ଜନା ନିଷ୍କାସନ କରିବା ।


ଏଥିସହ ଜଳ ସଂରକ୍ଷଣ ଦ୍ୱାରା ଜଳାଭାବ ସମୟରେ ନିକଟସ୍ଥ ଅଞ୍ଚଳକୁ ପାନୀୟଜଳ ଯୋଗାଣ ଏବଂ ସମ୍ବଳର ସ୍ଥାୟୀ ବିକାଶ ସହିତ ପାରିପାର୍ଶ୍ୱିକ କ୍ଷେତ୍ରକୁ ପୁନର୍ଜୀବିତ କରିବା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରରେ 'ମହାନଦୀ ନଦୀତଟ ବିକାଶ' ଯୋଜନାକୁ ମଞ୍ଜୁରୀ ଦେଇଥିବାରୁ ଏକ୍ସ ଆକାଉଣ୍ଟରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored