Videos
|
Odisha

ପୁଣି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

Ritu Das
Browse all articles by Ritu Das
·1 year ago
ପୁଣି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ଅର୍ଗସ ବ୍ୟୁରୋ: ପୁଣି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ। ବଡୁ ସେବାୟତ ଓ ପୂଜା ପଣ୍ଡା ନିଯୋଗର ସେବା ବିବାଦକୁ ନେଇ ନୀତି ବିଭ୍ରାଟ ହୋଇଛି । ଗତକାଲି ସନ୍ଧ୍ୟାରୁ ଠାକୁରଙ୍କ କୌଣସି ନୀତି ହୋଇନି କି ଦିଅଁ ଦକ୍ଷିଣ ଘରକୁ ବିଜେ କରିନାହାନ୍ତି। ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ ହେଵା ପରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ ଏବଂ ଆଜି ମକର ସଂକ୍ରାନ୍ତି ନିମନ୍ତେ ଘୃତ୍ୟ କମଳ ଲାଗି ହୋଇଥାଏ।


କିନ୍ତୁ ପୁନର୍ବାର ବଡୁ ସେବାୟତ ଏକଲା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ବାରମ୍ବାର ଏପରି ମନ ମୁଖୀ କାର୍ଯ୍ୟ କରୁଥିବା ବେଳେ ଆଜି ସିଂହ ଦୁଆରେ ସମ୍ମୁଖରେ ପୂଜା ପଣ୍ଡା ସର୍ବସାଧାରଣ ଦର୍ଶନକୁ ବନ୍ଦ କରି ମିଳିତ ପ୍ରତିବାଦ କରିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Mahaprabhu Lingaraj is hungry all rituals are closed | Argus News