Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁର୍ଲଭ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

Smruti Parija
Browse all articles by Smruti Parija
·1 year ago·1 min read
ଦୁର୍ଲଭ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ । ଦୁର୍ଲଭ ସୁନାବେଶ ଦର୍ଶନ କରୁଛନ୍ତି ଭକ୍ତ । କାର୍ତ୍ତିକ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ଅନୁସାରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶରେ ସଜ୍ଜିତ କରାଯାଇଥାଏ । ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ସୁନାବେଶରେ ସଜାଇଛନ୍ତି । 

ଏହି ବେଶରେ ତିନି ଠାକୁର ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖି ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି । ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥାଏ । ‌

ସେପଟେ ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ମାର୍କେଟ ଛକଠାରୁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଥିବା ବେଳେ ସେମାନଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ 36 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଅନ୍ୟପଟେ ଆଜି ମହାଧାର୍ମିକ କାର୍ତ୍ତିକ ମାସର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଓ ବୁଡ଼ ପକାଇବା ପରେ ଶ୍ରୀମନ୍ଦିର ଆସି ଅଗଣିତ ବ୍ରତଧାରୀଙ୍କ ସମେତ ହବିଷ୍ୟାଳି ମାନେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରୁଛନ୍ତି । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
mahaprabhu-lord-jagannatha-suna-besha-held-today | Argus News