Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ

Smruti Parija
Browse all articles by Smruti Parija
·2 years ago·1 min read
ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ

ସୁବର୍ଣ୍ଣପୁର: ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ପରିସରରେ ଘଟିଛି ଅଘଟଣ । 

ସୂଚନା ଅନୁସାରେ, ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିବାବେଳେ ସାପ ଧରିବା ପାଇଁ ମେଣ୍ଡାମାଳ ଗାଁର ଗୌର କୁମ୍ଭାରକୁ ସେ ଖବର ଦେଇଥିଲେ । ଗୌର ସେଠାକୁ ଯାଇ ସାପକୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ଜାରରେ ଧରି କୌଣସି କାମରେ ବୀରମହାରାଜପୁର ଥାନାକୁ ଆସିଥିଲେ । ତେବେ ଥାନାରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଆଗରେ ସାପକୁ ଜାରରୁ ବାହାର କରି ଦେଖାଇଥିଲେ । ଦେଖି ସାରି ସାପକୁ ପୁଣି ଡବା ଭିତରେ ଭରିବା ସମୟରେ ଗୌରଙ୍କ ହାତରେ ଚୋଟ ମାରିଥିଲା ବିଷଧର ନାଗସାପ । 

ତୁରନ୍ତ ଗୌରଙ୍କୁ ପୋଲିସ ଭ୍ୟାନରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘଷୋଣା କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ଓଡିଶା ଖବର...
 

Sponsored
man-died-in-snake-bite-in-biramaharajpur-subarnapur | Argus News