Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କଂଗ୍ରେସର ହାତ ଧରିଲେ ମନୋଜ ମିଶ୍ର

Ritu Das
Browse all articles by Ritu Das
·2 years ago·1 min read
କଂଗ୍ରେସର ହାତ ଧରିଲେ ମନୋଜ ମିଶ୍ର

ଅର୍ଗସ ବ୍ୟୁରୋ: କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଲେ ମନୋଜ । ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ମନୋଜ। 

କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ । ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ନରସିଂହ ମିଶ୍ର। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Manoj Mishra | Argus News