Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା 

Odisha

ଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା 

Smruti Parija
Browse all articles by Smruti Parija
·1 year ago
ଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା 

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । 

ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି ୯୭୨ ଜଣ ଛାତ୍ରଛାତ୍ରୀ । ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି । ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Matric supplementary examination in the state from today | Argus News