Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିଠୁ ମାଟ୍ରିକ୍ ପରୀକ୍ଷା, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Odisha

ଆଜିଠୁ ମାଟ୍ରିକ୍ ପରୀକ୍ଷା, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଆଜିଠୁ ମାଟ୍ରିକ୍ ପରୀକ୍ଷା, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ମାଟ୍ରିକ୍ ପରୀକ୍ଷା । ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ଛାତ୍ରଛାତ୍ରୀଙ୍କୁ ମିଶାଇ ମୋଟ 5 ଲକ୍ଷ, 22 ହଜାର 336 ବିଦ୍ୟାର୍ଥୀ ଦେବେ ପରୀକ୍ଷା । ଏଥିପାଇଁ ବୋର୍ଡ ପକ୍ଷରୁ 3 ହଜାର 133 ଟି ପରୀକ୍ଷା କେନ୍ଦ୍ର ଓ 314 ଟି ନୋଡାଲ ସେଣ୍ଟର ପ୍ରତିଷ୍ଠା କରାଯାଇଛି। ପ୍ରତି ସିଟିଂରେ ସକାଳ 9 ଟାରୁ ପରୀକ୍ଷା ଆରମ୍ଭ ହେବ। 7.30 ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ପଡ଼ିବ।  ତେବେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଟ୍ୱିଟ କରି କହିଛନ୍ତି, ଚାପମୁକ୍ତ ହୋଇ ସକରାତ୍ମକ ମନୋଭାବ ଏବଂ ଦୃଢ଼ ଆତ୍ମବିଶ୍ୱାସର ସହ ପରୀକ୍ଷା ଦେଇ ଛାତ୍ରଛାତ୍ରୀମାନେ ଉତ୍ତମ ପ୍ରଦର୍ଶନ କରନ୍ତୁ। ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳତା ଏଵଂ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।


ପ୍ରଶ୍ନପତ୍ରର ସୁରକ୍ଷା ଓ ସୁପରିଚାଳନା ଉପରେ କଡା ନଜର ରଖାଯିବା ସହ କୌଣସି ସ୍ଥାନରେ ଅନିୟମିତତା ବା ପ୍ରଶ୍ନପତ୍ର ଲିକ୍ ଭଳି ଘଟଣାକୁ ରୋକିବା ଲାଗି ବୋର୍ଡ ପକ୍ଷରୁ ସିସିଟିଭି ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା କରାଯାଇଛି। ପୂରା ଲାଇଭ ଷ୍ଟ୍ରିମିଙ୍ଗ ଉପରେ ବୋର୍ଡ କାର୍ଯ୍ୟାଳୟରେ ଥିବା କମାଣ୍ଡ କଣ୍ଟ୍ରୋଲ ରୁମରୁ ନଜର ରଖାଯିବ। 300 ପରୀକ୍ଷା କେନ୍ଦ୍ର ଓ 314 ନୋଡାଲ ସେଣ୍ଟର ଅର୍ଥାତ 600 ସେଣ୍ଟର ରେ ଲାଇଭ ଷ୍ଟ୍ରିମିଂଯାଉଛି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଛାତ୍ର ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ପରୀକ୍ଷା କୁହାଯାଉଥିବା ମାଟ୍ରିକ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଯେଉଁଠି ପ୍ରଶ୍ନପତ୍ର ଲିକ୍ ହେଲେ ବି ଯେମିତି ଧରାପଡିବ ସେଥିପାଇଁ ବ୍ୟବସ୍ଥା କରାଯାଇଛି । ତେବେ ପ୍ରଶ୍ନପତ୍ର ଭାଇରାଲ ଗୁଜବକୁ ବିଶ୍ବାସ ନକରି ପରୀକ୍ଷା ଦେବାକୁ ପରୀକ୍ଷାର୍ଥୀଙ୍କୁ ପରାମର୍ଶ ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ ।


ଅଧିକ ପଢ଼ନ୍ତୁ ଓଡିଶା ଖବର:


Education Next Season 5
Sponsored
Matriculation exams from today, CM congratulates students | Argus News