Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ : ସବୁ ବିଭାଗକୁ ଦେଲେ ବଡ଼ ନିର୍ଦ୍ଦେଶ

Odisha

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ : ସବୁ ବିଭାଗକୁ ଦେଲେ ବଡ଼ ନିର୍ଦ୍ଦେଶ

Jitendra Dash
Browse all articles by Jitendra Dash
·2 years ago·2 min read
ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ : ସବୁ ବିଭାଗକୁ ଦେଲେ ବଡ଼ ନିର୍ଦ୍ଦେଶ

ଅର୍ଗସ ବ୍ୟୁରୋ : ଚଳିତ ବର୍ଷ ନିର୍ବାଚନ ସହ ରଥଯାତ୍ରାର ଆୟୋଜନ ପ୍ରଶାସନ ପାଇଁ ବଡ ଆହ୍ଵାନ। । ତେଣୁ ପ୍ରତ୍ୟେକ ବିଭାଗ ସେମାନଙ୍କ ବିଭାଗୀୟ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପରାମର୍ଶ ଦେଇଛନ୍ତି । ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏସପି ପିନାକ ମିଶ୍ର ମଧ୍ୟ ପ୍ରତ୍ୟେକ ବିଭାଗ ତତ୍ପରତାର ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । 

ଏସପି  ପିନାକ ମିଶ୍ର ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ଯାତ୍ରୀ ମାନଙ୍କ ସୁବିଧା ପାଇଁ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା, ଗାଡ଼ି ଗୁଡିକ ପରିବହନକୁ ସୁନିୟନ୍ତ୍ରିତ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ରଥ କାଠ ସଂଗ୍ରହ, ରଥ ନିର୍ମାଣ ସମ୍ପର୍କରେ ଦୃଷ୍ଟି ଦେଇ ଶ୍ରୀମନ୍ଦିର ନିତୀ ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଚଳିତବର୍ଷ ମଇ ୧୦ ତାରିଖ ଅକ୍ଷୟ ତୃତୀୟାରେ ରଥ ଅନୁକୂଳ, ଜୁନ ୨୨ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୭ ତାରିଖରେ ଶ୍ରୀ ଗୁଣ୍ଡିଚା, ଜୁଲାଇ ୧୨ ତାରିଖରେ ଦକ୍ଷିଣ ମୋଡ,ଜୁଲାଇ ୧୪ ତାରିଖରେ ସଂଧ୍ୟା ଦର୍ଶନ, ଜୁଲାଇ ୧୫ ତାରିଖରେ ବାହୁଡା ଯାତ୍ରା, ଜୁଲାଇ ୧୭ ତାରିଖରେ ସୁନାବେଶ ଓ ୧୮ ତାରିଖରେ ଅଧରପଣା ନିତୀ ଅନୁଷ୍ଠିତ ହେବ ବୋଲି ସୂଚନା ଦେଇଥିଲେ ।

ସେହିପରି ରଥ ନିର୍ମାଣ ପାଇଁ ୮୬୫ କାଠର ଆବଶ୍ୟକତା ଥିବାବେଳେ ପୂର୍ବ ବର୍ଷର ୫୩ ଖଣ୍ଡ କାଠ ବଳକା ଥିବାରୁ ଚଳିତ ବର୍ଷ ଆଉ ୮୧୨ ଖଣ୍ଡ କାଠର ଆବଶ୍ୟକତା ଥିବା ଜଣାଇବା ସହ ଜଙ୍ଗଲ ବିଭାଗ ନିର୍ଦ୍ଧାରିତ ସମୟରେ ଏହା ପ୍ରଦାନ କରିବେ ଓ ରଥ ପାଇଁ ବିଭିନ୍ନ ରଙ୍ଗର ୧୫୪୨ ମିଟର ରଥ କପଡା, ଲାଗି ଲୁଗା, ଝୁଣା, ଚନ୍ଦନ କାଠ, ରଥ ଦଉଡା ଇତ୍ୟାଦିର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଥିଲେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢନ୍ତୁ ଓଡ଼ିଶା ଖବର

ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଅସୁରକ୍ଷିତ ବିଲ୍ଡିଂର ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଇତ୍ୟାଦିକୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ ପାଇଁ ସେ ପରାମର୍ଶ ଦେଇଥିଲେ । ବୈଠକରେ  ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଅତିରିକ୍ତ ଏସପି ସୁଶୀଲ କୁମାର ମିଶ୍ର, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ସୁଜାତା ମିଶ୍ର, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ, ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Argus Whatsapp Channel Mobile Top
Sponsored
Meeting For World Famous Puri Rathayatra | Argus News