ନୟାଗଡ଼ରେ ଲଜ୍ଜା !

ନୟାଗଡ: ଜଣେ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରିମାଡ କଲା ଦୁର୍ବୃତ୍ତ । ମହିଳା ଗୁରୁତର ଅବସ୍ଥାରେ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଇଟାମାଟି ଥାନା ବାଉଅଁଶିଆପଡା ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା ।
ଏହି ଗାଁର ଜଣେ ସ୍ବାମୀ ପରିତ୍ୟକ୍ତ ଏବଂ ମାନସିକ ବିକାରଗ୍ରସ୍ତ ମହିଳା ଗତକାଲି ରାତିରେ ଗାଁ ଦାଣ୍ଡରେ ଜଣେ ବ୍ୟକ୍ତିଙ୍କ ବାରଣ୍ଡାରେ ଶୋଇଥିବାବେଳେ ସେହି ଗାଁର ନିଶାଗ୍ରସ୍ତ ଯୁବକ ତାଙ୍କୁ ଦୁଷ୍କର୍ମ କରିବା ସହ ତାଙ୍କୁ ଛୁରିମାରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳା ଜଣକ ପଡିଥିବା ଅବସ୍ଥାରେ ଦେଖି ପରିବାର ଲୋକ ତାଙ୍କୁ ନୟାଗଡ ମେଡିକାଲକୁ ଆଣିଥିଲେ ।
ଅଧିକ ପଢନ୍ତୁ: କୁର୍କୁରେ ପ୍ରଲୋଭନ ଦେଖାଇ ଝିଆରିକୁ ଦୁଷ୍କର୍ମ କଲା ଦାଦା
ଇଟାମାଟି ଥାନାଅଧିକାରୀ ମେଡିକାଲକୁ ଆସି ପୀଡିତା ଏବଂ ତାଙ୍କ ପରିବାର ଲୋକଙ୍କୁ ପଚରାଉଚରା କରି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଜଣେ ଯୁବକ ନା ଅଧିକ ଲୋକ ଏଥିରେ ସମ୍ପୃକ୍ତ ଅଛନ୍ତି ତାହା ତଦନ୍ତ ପରେ ଜଣାପଡିବ l
📱 Get Argus News App
✨ଅପରାଧ ଖବର ଆହୁରି ପଢନ୍ତୁ