Videos
|
Odisha

ସାପ କାମୁଡାରେ ନାବାଳକ ମୃତ

Ritu Das
Browse all articles by Ritu Das
·1 year ago
ସାପ କାମୁଡାରେ ନାବାଳକ ମୃତ

ଅର୍ଗସ ବ୍ୟୁରେୋ: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସରାସକୋଲା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଶୋଇଥିବା ସମୟରେ ସାପ କାମୁଡାରେ ଜଣେ ନାବାଳକର ମୃତ୍ୟୁ ଘଟିଛି। ମୃତ ନାବାଳକ ଗ୍ରାମର ସ୍ୱର୍ଗତ ଜୟକୃଷ୍ଣ ଦେହୁରୀ ପୁଅ ଅମିତ ଦେହୁରୀ।‌ ସେ ଖାଇପିଇ ଶୋଇବା ପରେ ବିଳମ୍ବିତ ରାତିରେ ତାଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା। 

ଆଜି ଭୋରରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାଟଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ମେଡିକାଲରେ ପହଞ୍ଚି ମୃତଦେହକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Minor dies | Argus News