Videos
|
Odisha

ନୂଆଦିଲ୍ଲୀରେ ଆସନ୍ତାକାଲିଠାରୁ ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

Jitendra Dash
Browse all articles by Jitendra Dash
·2 years ago·1 min read
ନୂଆଦିଲ୍ଲୀରେ ଆସନ୍ତାକାଲିଠାରୁ ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ଅର୍ଗସ ବ୍ୟୁରୋ : ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଆସନ୍ତାକାଲିଠାରୁ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବ । ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯିବ । ଆସନ୍ତାକାଲି ୧୭ତାରିଖ ଦିନ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ ପ୍ରକାଶ ନଡ୍ଡାଜୀ ରାଷ୍ଟ୍ରୀୟ ଅଧିବେଶନକୁ ଉଦ୍‌ଘାଟନ କରିବେ ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ସଜ୍ଜନ ଶର୍ମା ସୂଚନା ଦେଇଛନ୍ତି ।

ଏହି ଅଧିବେଶନରେ ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ରାଷ୍ଟ୍ରୀୟ ପରିଷଦ ସଦସ୍ୟ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ରାଜ୍ୟ ପଦାଧିକାରୀ, ରାଜ୍ୟ ମୋର୍ଚ୍ଚାର ରାଜ୍ୟ ସଭାପତି ଓ ସାଧାରଣ ସମ୍ପାଦକ, ରାଜ୍ୟ କୋର କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି, ଅର୍ଥ କମିଟି ସଦସ୍ୟ, ଲୋକସଭା ପ୍ରଭାରୀ, ସଂଯୋଜକ, ବିସ୍ତାରକ, ରାଜ୍ୟ ମୁଖପାତ୍ର, ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ରାଜ୍ୟ ସଂଯୋଜକ, ଜିଲ୍ଲା ସଭାପତି ଓ ପ୍ରଭାରୀ, ସମସ୍ତ ପ୍ରକୋଷ୍ଠର ରାଜ୍ୟ ସଂଯୋଜକମାନେ ଯୋଗ ଦେବେ ।

ଅଧିକ ପଢନ୍ତି ଓଡ଼ିଶା ଖବର

ଆସନ୍ତା ୧୮ତାରିଖ ଦିନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଅଧିବେଶନର ସମାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ପ୍ରଦାନ କରିବେ । ରାଷ୍ଟ୍ରୀୟ ଅଧିବେଶନରେ ଯୋଗ ଦେବା ପାଇଁ ଓଡିଶାରୁ ଅପେକ୍ଷିତ ସମସ୍ତ ନେତୃବୃନ୍ଦ ଦିଲ୍ଲୀ ଯାଇଛନ୍ତି ବୋଲି ଶ୍ରୀ ଶର୍ମା ସୂଚନା ଦେଇଛନ୍ତି । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: