Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପୁରୀ ବଡ଼ଦାଣ୍ଡରେ ମୋଦି, ଆରମ୍ଭ ହେଲା ରୋଡ଼ ସୋ'

Odisha

ପୁରୀ ବଡ଼ଦାଣ୍ଡରେ ମୋଦି, ଆରମ୍ଭ ହେଲା ରୋଡ଼ ସୋ'

Jitendra Dash
Browse all articles by Jitendra Dash
·2 years ago·1 min read
ପୁରୀ ବଡ଼ଦାଣ୍ଡରେ ମୋଦି, ଆରମ୍ଭ ହେଲା ରୋଡ଼ ସୋ'

ଅର୍ଗସ ବ୍ୟୁରୋ : ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳୁ ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ପହଞ୍ଚିଥିଲେ ମୋଦି । ପୁରୀରେ ପହଞ୍ଚି ଶ୍ରୀଜଉଙ୍କୁ କରିଥିଲେ ଦର୍ଶନ । ଦର୍ଶନ ପରେ ଆରମ୍ଭ କରିଥିଲେ ରୋଡ଼ ସୋ । 

ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଥିଲେ ମୋଦି । ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ତାଳବଣିଆ ହେଲିପ୍ୟାଡରୁ ସିଧାସଳଖ ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ । ସେଠାରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆରମ୍ଭ କରିଛନ୍ତି ବିଶାଳ ରୋଡ ସୋ । 

ଅଧିକ ପଢନ୍ତୁ : ପୁଣି ଓଡ଼ିଶାରେ ମୋଦି ଧମାକା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଏହି ରୋଡ଼ ସୋ'କୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛନ୍ତି । ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ରବିବାର ରାତି ୧୧ଟାରୁ ସୋମବାର ଦିନ ୧୦ଟା ପର୍ଯ୍ୟନ୍ତ ବଡ଼ଦାଣ୍ଡରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଛି । ପରେ ଅନୁଗୁଳ ଏବଂ କଟକରେ ଜନସଭାକୁ ସମ୍ବୋଧିତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ପ୍ରଧାନମନ୍ତ୍ରୀ । 

Raja Festival
Sponsored
Modi begins road show in Puri Baddanda | Argus News