Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀଙ୍କ ଦମ୍ଭୋକ୍ତି

Odisha

ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀଙ୍କ ଦମ୍ଭୋକ୍ତି

Smruti Parija
Browse all articles by Smruti Parija
·2 years ago·1 min read
ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀଙ୍କ ଦମ୍ଭୋକ୍ତି

ଅର୍ଗସ ବ୍ୟୁରୋ: ବ୍ରହ୍ମପୁର ସଭାରେ  ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ । କନିଷି ପଡିଆରେ ଜୟ ଜଗନ୍ନାଥ,ଜୟ ଶ୍ରୀରାମ କହି ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ । କାଲି ଅଯୋଧ୍ୟାରେ ଥିଲି, ରାମଲାଲାଙ୍କ ଦର୍ଶନ କଲି । ଆଜି ମୁଁ ଜଗନ୍ନାଥଙ୍କ ଭୂମି ଆପଣଙ୍କ ଆଶୀର୍ବାଦ ପାଇଁ ଆସିଛି କହିଲେ ପ୍ରଧାନମନ୍ତ୍ରୀ । 

ମୋଦି ନୁହେଁ ରାମ ମନ୍ଦିର ଆପଣଙ୍କ ଭୋଟ୍ ବଦଳରେ ନିର୍ମାଣ ହୋଇଛି କହିଲେ ମୋଦି । ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବାକୁ ଯାଉଛି । ଓଡ଼ିଶାର ସର୍ବାଙ୍ଗୀନ ବିକାଶ ପାଇଁ ସଂକଳ୍ପ ପତ୍ର ଘୋଷଣା ହୋଇଛି । 

ବିଜେପି ଯାହା କହେ, ତାହା କରି ଦେଖାଏ ବୋଲି ସ୍ପଷ୍ଟ କହିଛନ୍ତି ପ୍ରଧାନମନ୍ତ୍ରୀ । ଏଠାରେ ସରକାର ହେଲା ପରେ ସମସ୍ତ ଘୋଷଣା କାର୍ଯ୍ୟକାରୀ ହେବ । ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି । ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ । 
ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି । ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି । ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଓଡ଼ିଶାର ଝିଅକୁ ବିଜେପି ଦେଶର ସବୁଠାରୁ ବଡ଼ ପଦବୀ ଦେଇଛି । ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି କରାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ ମାର୍ଗଦର୍ଶନରେ ମୁଁ ଓଡ଼ିଶା ପାଇଁ ବହୁତ କିଛି କରିବି । ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ଏ ପୁଅ ଓଡ଼ିଶା ପାଇଁ ବହୁତ କିଛି କରିବ କହିଛନ୍ତି 

ଆହୁରି ପଢନ୍ତୁ ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି; ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି

Sponsored
modi-targets-bjd-govt | Argus News