Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଅଧା ହେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌ ଗାଡ଼ି ସଂଖ୍ୟା, ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ ପାଳନ କରିବାକୁ ପରାମର୍ଶ

Odisha

CM Carcade Vehicles Reduced / ଅଧା ହେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌ ଗାଡ଼ି ସଂଖ୍ୟା, ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ ପାଳନ କରିବାକୁ ପରାମର୍ଶ

Santosh Kumar Sahoo
Browse all articles by Santosh Kumar Sahoo
·2 hours ago·1 min read
ଅଧା ହେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌ ଗାଡ଼ି ସଂଖ୍ୟା, ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ ପାଳନ କରିବାକୁ ପରାମର୍ଶ
CM Carcade

Key Points

ପେଟ୍ରୋଲ ବଞ୍ଚାଇବାକୁ ବଡ଼ ନିଷ୍ପତ୍ତି
ଅଧା ହେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ୍
ମୋଦିଙ୍କ ଆହ୍ୱାନକୁ ପାଳନ କଲେ ମୋହନ ମାଝୀ
ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଥିଲେ । ଆଉ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନକୁ ସମ୍ମାନ ଜଣାଇ କାରକେଡ୍‌ର ଗାଡ଼ି ସଂଖ୍ୟାକୁ ଅଧା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଅଧିକ ପଢ଼ନ୍ତୁ: ପ୍ରଧାନମନ୍ତ୍ରୀଙ୍କ ଅପିଲ୍ ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଘରୁ କାମ, ଭିଡିଓ କଲ୍‌ରେ ବୈଠକ


ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ସ୍ୱାଗତ କରି ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା କାରକେଡ୍‌କୁ କମ୍‌ କରି ଅଧା କରିଦେଇଛନ୍ତି । ଏହା ସହିତ, ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ଗୁରୁତ୍ୱ ଦେଇ ବ୍ୟକ୍ତିଗତ ଗାଡ଼ିରେ ଯିବା ଆସିବା କମ୍ କରିବା ସହିତ ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍‌ସପୋର୍ଟ ବ୍ୟବହାର କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି । କେବଳ ଆବଶ୍ୟକ ସ୍ଥଳରେ ଗାଡ଼ି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ସହିତ ସୁନା କିଣିବା ଓ ଅନାବଶ୍ୟକ ବିଦେଶଗସ୍ତ ନ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପରାମର୍ଶ ଦେଇଛନ୍ତି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha CM Mohan Majhi Cuts Convoy Size After PM Modi’s Fuel Saving Appeal | Argus News