Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଦୁଇ ଦିନ ମଧ୍ୟରେ ଓଡିଶାକୁ ଆସୁଛି ମୌସୁମୀ

Odisha

ଦୁଇ ଦିନ ମଧ୍ୟରେ ଓଡିଶାକୁ ଆସୁଛି ମୌସୁମୀ

Manini Pattanayak
Browse all articles by Manini Pattanayak
·1 year ago·1 min read
ଦୁଇ ଦିନ ମଧ୍ୟରେ ଓଡିଶାକୁ ଆସୁଛି ମୌସୁମୀ

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ  ଓଡ଼ିଶା ଛୁଇଁବ ମୌସୁମୀ। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି । ପ୍ରଥମେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଭଳି ବର୍ଷା ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ।

ସେପଟେ ଆଜିଠୁ ଜଳିବ ପଶ୍ଚିମ ଓଡ଼ିଶା। ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ବରଗଡ, ବଲାଙ୍ଗିର ଏବଂ ନୂଆପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାରେ ତାପମାତ୍ରା ୪୦ ରୁ ୪୩ ଡିଗ୍ରୀ ରହିବ ବୋଲି ଆକଳନ କରାଯାଇଛି। ସମ୍ବଲପୁର, ସୋନପୁର, ବୌଦ୍ଧ, ଝାରସୁଗୁଡା, କଳାହାଣ୍ଡି ଜିଲ୍ଲାରେ ବି ତାତି ଲାଗି ରହିବ। ହଟ୍ ଆଣ୍ଡ ହ୍ୟୁମିଡିଟି ସ୍ଥିତି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ଏଭଳି ପାଗ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆକଳନ କରାଯାଇଛି। 
ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Monsoon is coming to Odisha in two days | Argus News