ଆଗାମୀ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ୧୦ ତାରିଖ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୩ ଦିନ ଭିତରେ ଦକ୍ଷିଣ ଓଡ଼ିଶା ମୌସୁମୀ ବାୟୁ ଛୁଇଁବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ଏନେଇ ବର୍ତ୍ତମାନ ରାଜ୍ୟରେ ସ୍ଥିତି ଅନୁକୂଳ ରହିଛି । ତେବେ ଓଡିଶା ଛୁଇଁବା ପରେ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସହ ୪୮ ଘଣ୍ଟା ମଧ୍ୟରେ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବ । ସେପଟେ ଆଜି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ୮ ତାରିଖରୁ ୧୦ ତାରିଖ ଯାଏଁ ଦିନର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି ।
ଏନେଇ ବରଗଡ଼, ବଲାଙ୍ଗିର ଓ ନୂଆପଡାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୫ ଦିନ ଯାଏଁ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଲାଗି ରହିବ । ଉପକୂଳରେ ଅସହ୍ୟ ଗୁଳୁଗୁଳି ସହ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ରହିବାର ସମ୍ଭାବନା ଥିବାବେଳେ କେତେକ ସ୍ଥାନରେ ୪୨ ଡିଗ୍ରୀରୁ ଅଧିକ ତାପମାତ୍ରା ରହିପାରେ ।
📱 Get Argus News App
✨ଆହୁରି ପଢନ୍ତୁ ପାଣିପାଗ ଖବର...