Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ୧୨ ତାରିଖରୁ ସକ୍ରିୟ ହେବ ମୌସୁମୀ: ପ୍ରବଳ ବର୍ଷା ସମ୍ଭାବନା

Ritu Das
Browse all articles by Ritu Das
·1 year ago·2 min read
ଆସନ୍ତା ୧୨ ତାରିଖରୁ ସକ୍ରିୟ ହେବ ମୌସୁମୀ: ପ୍ରବଳ ବର୍ଷା ସମ୍ଭାବନା

Key Points

୧୨ ପରେ ଓଡ଼ିଶାରେ ବି ମୌସୁମୀ ବର୍ଷା ଆରମ୍ଭ ହୋଇଯିବ

୧୨ତାରିଖ ପରେ ମୌସୁମୀ ପୁଣି ସକ୍ରିୟ ହେବ

ଉତ୍ତର ଉପକୂଳ ଓଡ଼ିଶା ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି

ଆସନ୍ତା ୧୨ ତାରିଖରୁ ମୌସୁମୀ ପୁଣି ଥରେ ସକ୍ରିୟ ହୋଇପାରେ । ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକରେ ମୌସୁମୀ ସକ୍ରିୟ ହେବା ସହ କର୍ଣ୍ଣାଟକ ଓ କୋଙ୍କଣ-ଗୋଆରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୧୨ ପରେ ଓଡ଼ିଶାରେ ବି ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁଙ୍କ ଆକଳନ କହୁଛି, ଘୂର୍ଣ୍ଣିବଳୟ ପ୍ରଭାବରେ ୧୩ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଅନ୍ୟ ସ୍ଥାନରେ ବର୍ଷା ହୋଇପାରେ। ତେବେ ୧୨ତାରିଖ ପରେ ମୌସୁମୀ ପୁଣି ସକ୍ରିୟ ହେବା ସହ ବର୍ଷା ଆରମ୍ଭ ହୋଇଯିବ। ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ବୋଲି ସେ କହିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଓଡ଼ିଶା ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।


ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ମଙ୍ଗଳବାର ମୟୂରଭଞ୍ଜ,ଗଜପତି, ଗଞ୍ଜାମ ଓ କନ୍ଧମାଳରେ ଘଡ଼ଘଡ଼ି ସହିତ ଅଧିକ ବର୍ଷା ସମ୍ଭାବନା ଅଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୨, ୧୩, ୧୪ ଓ ୧୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
monsoon-to-become-active-from-12th-heavy-rain-likely | Argus News