Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News -  ବିଲୁଆ ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ୱ ଆହତ 

Odisha

 ବିଲୁଆ ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ୱ ଆହତ 

Manini Pattanayak
Browse all articles by Manini Pattanayak
·1 year ago
 ବିଲୁଆ ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ୱ ଆହତ 

ବ୍ରହ୍ମପୁର:  ଗଞ୍ଜାମ ଜିଲ୍ଲା ପୋଲସରା ରେଞ୍ଜ ଅଧିନସ୍ଥ ହାତୀଓଟ, ଯେମାଦେଇପୁର, ପ୍ରାଣପୁରଦେଇପୁର ଗ୍ରାମରେ ବିଲୁଆ ଆକ୍ରମଣରେ ୨୦ ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ସକାଳେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ଆହାତ ମାନଙ୍କ ମଧ୍ୟରେ ୭ ଜଣ ମହିଳା ରହିଥିବା ବେଳେ ୧୩ ଜଣ ପୁରୁଷ ରହିଛନ୍ତି। ପୋଖରୀ ଓ ଚାଷ ଜମିକୁ ଯିବା ସମୟରେ ଗୋଟିଏ ବିଲୁଆ ସମସ୍ତଙ୍କୁ ଆକ୍ରମଣ କରିଥିବା କହିଛନ୍ତି ଆହତ ମାନେ ।

ପରବର୍ତ୍ତୀ ମୁହୂର୍ତ୍ତରେ ଖବର ଅଞ୍ଚଳସାରା ବ୍ୟାପି ଯାଇଥିଲା । ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଥିବା ବେଳେ ଖବର ପାଇ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି। ବିଲୁଆଟି ଆଖପାଖ ତିନୋଟି ଗ୍ରାମରେ ଲୋକଙ୍କୁ ଆକ୍ରମଣ କରିଥିବା ବେଳେ ଆହତମାନଙ୍କୁ ଚିକିତ୍ସା ନିମନ୍ତେ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତି କରାଯାଇଥିବା ଜଣାପଡିଛି l 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
More than 20 people were injured in the wild attack | Argus News