Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରାଜ୍ୟରେ ଖୁବଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ

Odisha

ରାଜ୍ୟରେ ଖୁବଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ

Rashmita Mishra
Browse all articles by Rashmita Mishra
·1 year ago·2 min read
ରାଜ୍ୟରେ ଖୁବଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ

ଜଳୁଛି ଓଡ଼ିଶା । ମାର୍ଚ୍ଚ ଅଧାରୁ ତତଲା କଡ଼େଇରେ ସିଝୁଛି ଓଡ଼ିଶା । ଗତକାଲି ୪୨.୫ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ପାଲଟିଛି ଦେଶର ସବୁଠୁ ଉତ୍ତପ୍ତ ସହର । ସେହିପରି ୪୦ ଡିଗ୍ରୀ ଉପରେ ରହିଛି ୧୦ ଜିଲ୍ଲାର ପାରଦ । ଖରାର ଦାଉ ଏତେ ରହୁଛି ଯେ ଦିନରେ ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି ।
ତେବେ ରାଜ୍ୟରେ ଖୁବଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ । ବଢୁଥିବା ଖରାକୁ ଦୃଷ୍ଟିରେ ରଖି ନିଆଯାଇପାରେ ନିଷ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ଆଲୋଚନା କରାଯିବ । ସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ ଉପର ମୁହାଁ ପାରଦ । ରେକର୍ଡ ଭାଙ୍ଗୁଛି ତାତି । ଦିନ ସାଢେ ୧୧ଟା ସୁଦ୍ଧା ୩୭ ଡିଗ୍ରୀ ଛୁଇଁଲା ପାରଦ । ଝାରସୁଗୁଡାର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝର ୩୬.୪ ଏବଂ ସମ୍ବଲପୁର ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି। ରାଉରକେଲା ୩୫.୪, ହୀରାକୁଦ ଓ ଚାନ୍ଦବାଲି ୩୪.୨ ଡିଗ୍ରୀ ରେକର୍ଡ କରାଯାଇଛି ।

ମାର୍ଚ୍ଚ ଅଧାରୁ ସାରା ରାଜ୍ୟରେ ନିଆଁ ବର୍ଷା । ଆଗକୁ ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି । ଆଜି ପ୍ରବଳ ତାତି ଓ ଖରା ନେଇ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏହି ୩ ଜିଲ୍ଲାରେ ନିଆଁ ବର୍ଷିବ । ସମ୍ବଲପୁର, ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଏହାସହ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି । ଅନ୍ୟ ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଛି । ଏହି ଜିଲ୍ଳାଗୁଡ଼ିକ ହେଲା ଅନୁଗୁଳ, ସୁନ୍ଦରଗଡ଼, ସୋନପୁର ଓ ବୌଦ୍ଧ । ସେହିପରି ମୟୂରଭଞ୍ଜ, ଭଦ୍ରକ, ଢେଙ୍କାନାଳ, ବଲାଙ୍ଗୀର, ଗଜପତି, କେନ୍ଦୁଝର, କଟକ, କେନ୍ଦ୍ରାପଡ଼ା, ପୁରୀ, ଗଞ୍ଜାମ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
morning-school-in-the-state | Argus News