fire mishap / ହୁତୁହୁତୁ ହୋଇ ଜଳିଲା ବାର୍, କାରଣ ଅସ୍ପଷ୍ଟ
·4 months ago·2 min read

Key Points
ସତ୍ୟବିହାର ଏକ ବାରରେ ରେ ଅଗ୍ନିକାଣ୍ଡ
ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ର ନିଆଁ ଲିଭା କାର୍ଯ୍ୟ ଜାରି
ଦୁଇଟି ଅଗ୍ନିଶମ ଗାଡି ପହଂଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି

ବାରରେ ଲାଗିଲା ନିଆଁ। ହୁତୁହୁତୁ ହୋଇ ଜଳିଲା ବାର। ସତ୍ୟବିହାର ସ୍ଥିତ ଏକ ବାର୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ। ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ନିଆଁ ବ୍ୟାପିଥିବା ଜଣାପଡିଛି । ୪୫ ମିନିଟ ଧରି ନିଆଁ ଲାଗିଥିବା ପ୍ରତ୍ୟେକ୍ଷଦର୍ଶୀ ସୂଚନା ଦେଇଛନ୍ତି।ଖବରପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ନିଆଁ ଲିଭା କାର୍ଯ୍ୟରେ ୨ଟି ଅଗ୍ନିଶମ ଗାଡ଼ି ନିୟୋଜିତ ଅଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।
ଭୁବନେଶ୍ୱର ସତ୍ୟବିହାର ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ । ବାର ଜଳୁଥିବା କାରଣରୁ ଧୂଆଁମୟ ହେଲା ଅଞ୍ଚଳ । ତେବେ ଦୀର୍ଘ ସମୟ ପରେ ନିଆଁ ଲିଭାଇବାରେ ସଫଳ ହୋଇଥିଲା ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଅଗ୍ନିଶମ ଅଧିକାରୀ କହିଛନ୍ତି ଯେ, ବିନା ଲାଇସେନ୍ସରେ ଚାଲିଥିଲା ବାର୍ ।
ଏଥିସହ ପଢ଼ନ୍ତୁ: ବିଷ ଦେଇ ବାଘକୁ ମାରିଦେଲେ... ବଳଦକୁ ମାରିବାରୁ ପ୍ରତିଶୋଧ !
ସୂଚନାନୁସାରେ, ନିଆଁ ସମ୍ପୂର୍ଣ୍ଣ ଆୟତ୍ତ ହୋଇଥିବା ଚିଫ୍ ଫାୟାର ଅଫିସର ରମେଶ ମାଝୀ ସୂଚନା ଦେଇଛନ୍ତି । ନିଆଁ ଲିଭା କାର୍ଯ୍ୟରେ ୨ ଦମକଳ ଗାଡ଼ି ନିୟୋଜିତ ହୋଇଥିଲେ । ନିଆଁକୁ ଆୟତ୍ତ କରିବାକୁ ପ୍ରାୟ ୧ ଘଣ୍ଟା ସମୟ ଲାଗିଥିଲା । ତୁରନ୍ତ ନିଆଁକୁ ଆୟତ୍ତ କରାଯାଇଛି -୯ଟା ୧୫ ସୁଦ୍ଧା ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ ସ୍ପଷ୍ଟ କରିଛି । ସେପଟେ ଭୟାବହ ଅଗ୍ନିକାଣ୍ଡ ପରେ କଟକ-ଭୁବନେଶ୍ୱର ରାସ୍ତାରେ ଯାତାୟତ ଠପ୍ ହୋଇଛି । ଲୋକେ ଏନ୍ଏଚ୍ ଉପରେ ଛିଡାହୋଇ ଅଗ୍ନିକାଣ୍ଡ ଦେଖିବାରେ ଲାଗିଛନ୍ତି । ସ୍ଥିତି ସ୍ୱାଭାବିକ କରୁଛି ଅଗ୍ନିଶମ ବାହିନୀ । ଭିଡକୁ ମଧ୍ୟ ନିୟନ୍ତ୍ର କରାଯାଉଛି। କାହାର କିଛି ହୋଇନଥିବା ଜଣାପଡିଛି।
ବିଭିନ୍ନ ସ୍ଥାନରୁ ଏଭଳି ଘଟଣା ସାମ୍ନାକୁ ଆସୁଥିବାବେଳେ ସେପଟେ ଗତ କିଛି ଦିନ ହେବ ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଦିଲ୍ଲୀ ସଙ୍ଗମ ବିହାର ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳିଲା ୪ ମହଲା କୋଠା। ଫଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: