Videos
|
Odisha

ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ

Ritu Das
Browse all articles by Ritu Das
·1 year ago·2 min read
ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ

ଅର୍ଗସ ବ୍ୟୁରୋ: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ନବୀନ ସୂଚନା ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ ୭୦ ହଜାର କୋଟି ନିବେଶ ହେବ ବୋଲି ସେ କହିଛନ୍ତି। ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଉଦ୍‌ଘାଟନ କରିଛନ୍ତି। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେଇଛନ୍ତି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହୋଇଛନ୍ତି। 


୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି କନ୍‌କ୍ଲେଭରେ ଏଲ୍‌.ଏନ୍‌. ମିତ୍ତଲ, କୁମାର ମଙ୍ଗଳମ୍‌ ବିର୍ଲା, ଅନିଲ ଅଗ୍ରୱାଲ, ସଜ୍ଜନ ଜିନ୍ଦଲ, ନବୀନ ଜିନ୍ଦଲ, କରଣ ଆଦାନୀ, ଟି.ଭି. ନରେନ୍ଦ୍ରନ ପ୍ରମୁଖ ଯୋଗ ଦେଇଛନ୍ତି। ଏହାଛଡ଼ା ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭରେ ୧୦୦ରୁ ଊର୍ଦ୍ଧ୍ୱ ଶିଳ୍ପପତିଙ୍କ ସହ ଏମ୍‌ଓୟୁ ସ୍ବାକ୍ଷର ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଶିଳ୍ପ, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ପେଟ୍ରୋକେମିକାଲ୍ସ, ଏମ୍‌ଏସ୍‌ଏମ୍‌ଇ, ସେମିକଣ୍ଡକ୍ଟର ଭଳି ବିଭିନ୍ନ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ପାଇଁ ନିବେଶକାରୀଙ୍କ ସହ ଆଲୋଚନା କରି ରାଜ୍ୟ ସରକାର ଆଗକୁ ବଢ଼ିବେ। ଗଣମାଧ୍ୟମକୁ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ ଏକ ଐତିହାସିକ ଓ ଯୁଗାନ୍ତକାରୀ ପଦକ୍ଷେପ ହେବ। ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ଆଗାମୀ ଦିନରେ ଓଡ଼ିଶା ଶିଳ୍ପ ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପୂର୍ବ ସରକାର ସମୟରେ ଦୁଇ ଦଶନ୍ଧି ଧରି ସବୁପ୍ରକାର ସମ୍ଭାବନା ଥାଇ ବି ଓଡ଼ିଶା ଶିଳ୍ପର ମରୁଭୂମି ପାଲଟିଥିଲା। ଶିଳ୍ପ କ୍ଷେତ୍ରରେ ଓଡ଼ିଶା ବହୁତ ଆଗକୁ ଯିବ। ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ସହ ଶିଳ୍ପର ଇକୋ ହବ୍‌ କରିବା ସରକାରଙ୍କ ଲକ୍ଷ୍ୟ ରହିଛି। ଓଡ଼ିଶାର ପ୍ରତ୍ୟେକ ଜିଲା କିଭଳି ଶିଳ୍ପ କ୍ଷେତ୍ରରେ ଆଗକୁ ଯିବ ତାହା ସରକାରଙ୍କ ପରିକଳ୍ପନା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ମେକ୍‌ ଇନ୍‌ ଇଣ୍ଡିଆ ପ୍ରଧାନମନ୍ତ୍ରୀଙ୍କର ବ୍ରେନ୍‌ ଚାଇଲ୍ଡ ଥିଲା। ଦେଶ ବିଦେଶରୁ ବଡ଼ ବଡ଼ ନିବେଶକମାନେ ଆସିଥିଲେ ଏବଂ ଭାରତର ବିଭିନ୍ନ ସ୍ଥାନରେ ପୁଞ୍ଜି ନିବେଶ କରିଥିଲେ। ସେହିପରି ଓଡ଼ିଶାର ପ୍ରତ୍ୟେକ ଜିଲାରେ ନିବେଶକମାନେ ନିବେଶ କରିବେ। କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ବିଜେପି ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।

Nabin-jindals-big-announcemt-in-utkarsha-odisha-programme | Argus News