Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି

Banajyotshna Ray
Browse all articles by Banajyotshna Ray
·1 year ago
ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି

ଅର୍ଗସ ବ୍ୟୁରୋ:  ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିବା ପରେ ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି ପାଳିତ ହେବ । ସନ୍ଧ୍ୟାଆଳତୀ ସରିବା ପରେ ମହାଜନ ସେବାୟତ ମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ।ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓଲ୍ହାଇ ଆଣି ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ।ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି |

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Nandotsava niti will be celebrated in the srimandir temple today | Argus News