Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଚଳିତ ଶିକ୍ଷା ବର୍ଷରୁ ଉଚ୍ଚ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟକାରୀ ହେବ NEP

Smruti Parija
Browse all articles by Smruti Parija
·1 year ago·2 min read
ଚଳିତ ଶିକ୍ଷା ବର୍ଷରୁ ଉଚ୍ଚ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟକାରୀ ହେବ NEP

ଅର୍ଗସ ବ୍ୟୁରୋ: ଚଳିତ ଶିକ୍ଷା ବର୍ଷରୁ ଉଚ୍ଚ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟକାରୀ ହେବ ଜାତୀୟ ଶିକ୍ଷା ନୀତି 2020 । ଏନେଇ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି । ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ ଅଟେ । ନୂତନ ଶିକ୍ଷା ନୀତି 2020 ଅନୁସାରେ ଓଡିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି । ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍ , ଡିପ୍ଲୋମା , ଡିଗ୍ରି , ଏବଂ ଡିଗ୍ରି ଅନର୍ସ୍  ପ୍ରଦାନ କରାଯିବ । ୟୁ.ଜି.ସି. ଦ୍ୱାରା ପ୍ରଦତ୍ତ କ୍ରେଡିଟ୍ ଫ୍ରେମ୍‌ୱାର୍କ୍ ଆଧାରରେ  ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ପ୍ରସ୍ତୁତ ହୋଇଅଛି ଏବଂ ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଛି ।

କମ୍ୟୁନିଟି ସର୍ଭିସ୍ ଓ extra curricular activities, ଏନ.ସି.ସି. , ଏନ.ଏସ.ଏସ. ଇତ୍ୟାଦି  ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ । ଏତଦ ଦ୍ବାରା ଛାତ୍ରଛାତ୍ରୀ ନିଜ ଇଛାରେ ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ  ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସ କୁ ପୂର୍ଣ୍ଣ କରିପାରିବେ ।
ନୂତନ ଶିକ୍ଷା ନୀତି 2020 ଅନୁସାରେ ଓଡିଶାର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଏବଂ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି ।

ଏଥିରେ ବିଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍ ଆଧାରିତ ଶିକ୍ଷା ଓ ଶିଳ୍ପ ସହିତ ଇଣ୍ଟର୍ନସିପ୍ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ କରାଯାଉଛି । 
ଏଥିପାଇଁ ବର୍ତ୍ତମାନ  ୪୦ଟି ସ୍ନାତକ  ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ୍ ସିଲାବସ୍ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି multi disciplinary ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଏବଂ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
NEP will be implemented in the higher education sector from this academic year | Argus News