କିଟ୍ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା, ଆଇନ ମନ୍ତ୍ରୀ କହିଲେ...

କିଟ୍ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଆଇନ୍ ମନ୍ତ୍ରୀଙ୍କ ପ୍ରତିକ୍ରିୟା । କହିଲେ ତଦନ୍ତ ଆରମ୍ଭ ହୋଇଛି । ବିଭାଗ ମଧ୍ୟ ପଦକ୍ଷେପ ନେବା ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯିଏ ଦୋଷୀ ସିଏ ଦଣ୍ଡ ପାଇବ। ସେପଟେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଏଭଳି ଘଟଣା ସମାଜ ପାଇଁ ଶୁଭଙ୍କର ନୁହେଁ । ଆତ୍ମହତ୍ୟା ଆଡ଼କୁ କାହିଁକି ଯୁବ ପିଢ଼ି ମୁହାଁଉଛନ୍ତି ତାହା ଚିନ୍ତା ର ବିଷୟ । କିଟ ଘଟଣାକୁ ନେଇ ରାଜ୍ୟ ସରକାର ଅଧ୍ୟୟନ କରୁଛନ୍ତି । ଜାଣିବା ପାଇଁ ଚେଷ୍ଟା କରିବୁ କିଟ ରେ ପଢ଼ୁଥିବା ପିଲାଙ୍କ ଉପରେ କଣ ଚାପ ରହୁଛି । ଯେଉଁଥି ପାଇଁ ଛାତ୍ରୀ ଛାତ୍ରୀ ଏଭଳି ନିଷ୍ପତ୍ତି ନେବାକୁ ବାଧ୍ୟ ହେଉଛନ୍ତି।
ଦୋଷୀକୁ କଠୋରୁ କଠୋର ଦଣ୍ଡ ଦିଆଯିବ। କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ଗତକାଲି ରାତିରେ ଘଟିଥିବା ଏହି ଘଟଣା ରାଜ୍ୟରେ ଚିନ୍ତାର ବିଷୟ ପାଲଟିଛି। ତେବେ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଏଯାଏଁ ଜଣାପଡ଼ି ନାହିଁ ଏବଂ ଆତ୍ମହତ୍ୟା ନେଇ କିଟ୍ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ। ମୃତ ଛାତ୍ରୀଙ୍କ ନାଁ ସନ୍ନି ଶାହା ।
📱 Get Argus News App
✨୪ନମ୍ୱର କ୍ୟାମ୍ପସ ରୁମ୍ ନମ୍ୱର ୧୧୧ରୁ ମିଳିଲା ମୃତଦେହ । ଏବେ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ । ଘଟଣାସ୍ଥଳରେ ଡିସିପି ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି । ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକୃତି ସାମଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା ବୋଲି ଜଣାପଡ଼ିଛି। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ଉତ୍ପୀଡ଼ନର ଶିକାର ହୋଇଥିଲେ। ତାହା ପରେ ସେ ଆତ୍ମହତ୍ୟା କରିବା ପାଇଁ ନିଷ୍ପତ୍ତି ନେଇଥିଲେ।
କିଟ୍ରେ ଛାତ୍ରୀ ମୃତ୍ୟୁକୁ ୩ ମାସ ପୁରିନି ପୁଣି ଆଉ ଜଣେ ନେପାଳୀ ଛାତ୍ରୀଙ୍କ ଚାଲିଯାଇଛି ଜୀବନ । ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରୀଙ୍କ ମୃତଦେହ । ତେବେ ବର୍ତ୍ତମାନ ପ୍ରଶ୍ନ ଉଠିଛି, କାଲି ହଷ୍ଟେଲ ଭିତରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କୁ ଉଦ୍ଧାର କଲା କିଏ ? ପୋଲିସ ନା କିଟ୍ କର୍ମଚାରୀ ? କାରଣ ଇନଫୋସିଟି ଥାନାର କନେଷ୍ଟବଳ ନିରାକାର ଖଟୁଆଙ୍କ କହିବା କଥା, ପୋଲିସ କିମ୍ସ ମେଡିକାଲ ଏମରଜେନ୍ସିରୁ ମୃତଦେହକୁ ଧରି ଭୁବନେଶ୍ୱର ଏମ୍ସସକୁ ବ୍ୟବଚ୍ଛେଦ ପାଇଁ ଆଣିଥିଲେ ।
ସେପଟେ ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ସେ ଟୁଇଟ୍ ଯୋଗେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଘଟଣାର ଯାଞ୍ଚ ପାଇଁ କହିଛନ୍ତି।