Videos
|
Odisha

୯୩୪.୫୪ କୋଟି ଟଙ୍କା ବିନିଯୋଗରେ ଭଦ୍ରକରେ ହେବ ଜାହାଜ କାରଖାନା

Smruti Parija
Browse all articles by Smruti Parija
·1 year ago·1 min read
୯୩୪.୫୪ କୋଟି ଟଙ୍କା ବିନିଯୋଗରେ ଭଦ୍ରକରେ ହେବ ଜାହାଜ କାରଖାନା

ଅର୍ଗସ ବ୍ୟୁରୋ: ଓଡ଼ିଶାରେ ତିଆରି ହେବ ଜାହାଜ । ଭଦ୍ରକ ଜିଲ୍ଲାରେ ‌ନେପ୍‌ଚୁନ୍‌ସ ସିପ୍‌ ବିଲ୍‌ଡର୍ସ ଆଣ୍ଡ ରିସାଇକ୍ଲର୍ସ ପ୍ରାଇଭେଟ୍ ଲିମିଟେଡ୍‌ ୯୩୪.୫୪ କୋଟି ଟଙ୍କା ବିନିଯୋଗରେ ଜାହାଜ ତିଆରି କାରଖାନା ସ୍ଥାପନ କରିବ। ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କମିଟି ବୈଠକରେ ୪ ହଜାର ୯୫୪.୨୬ କୋଟି ଟଙ୍କା ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୨୪,୧୬୨ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । କାର୍ଯ୍ୟକାରୀ ହେବାକୁ ଥିବା ୩୧ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି ପ୍ରଦାନ କରାଯାଇଛି । 

ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ୍‌ ୱିଣ୍ଡୋ କମିଟି ବୈଠକରେ ମଞ୍ଜୁର କରାଯାଇଥିବା ପ୍ରକଳ୍ପଗୁଡ଼ିକ ଖୋର୍ଦ୍ଧା, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, ବାଲେଶ୍ବର, ରାୟଗଡ଼ା, ଢେଙ୍କାନାଳ, ପୁରୀ, ପାରାଦୀପ, କୋରାପୁଟ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ସ୍ଥାପନ କରାଯିବ । 
ବିଜେଡି ଶାସନର 24 ବର୍ଷ ଭିତରେ ପୂରଣ ହୋଇପାରିନଥିଲା ଶିଳ୍ପାୟନ ସ୍ବପ୍ନ । ଫେଲ୍ ହୋଇଥିଲା ମେକ୍ ଇନ୍ ଓଡ଼ିଶା କ୍ୟାମ୍ପେନ୍ । କିନ୍ତୁ ରାଜ୍ୟରେ ନୂଆ ସରକାର ଗଠନ ପରେ ଏବେ ନୂଆ ଆଶା ସଂଚାର ହୋଇଛି । ଶିଳ୍ପାୟନ ଖାଲି ଖଣି ଆଧାରିତ ନୁହେଁ, ଟେକ୍ସଟାଇଲ୍ ଆଦିକୁ ଆଧାର କରି ବିଭିନ୍ନ ଶିଳ୍ପ ପ୍ରତିଷ୍ଠା ପାଇଁ ଉଦ୍ୟମ କରୁଛନ୍ତି ବିଜେପି ସରକାର ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Neptune's Shipbuilders & Recyclers Pvt-to-established-helicopter-manufacturing-factory-in-bhadrak- | Argus News