Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Morning School / ଆସିଲା ନୂଆ ଗାଇଡଲାଇନ: କାଲିଠୁ ସକାଳୁଆ ସ୍କୁଲ

Rashmita Mishra
Browse all articles by Rashmita Mishra
·3 months ago·2 min read
ଆସିଲା ନୂଆ ଗାଇଡଲାଇନ: କାଲିଠୁ ସକାଳୁଆ ସ୍କୁଲ
Morning School

Key Points

ରାଜ୍ୟରେ ସକାଳୁଆ ସ୍କୁଲ ଲାଗୁ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଆଗଲା ନିଷ୍ପତ୍ତି
ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏ ହେବ କ୍ଳାସ
ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଜାରି କଲା ବିଭାଗ

ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗର ନିଷ୍ପତ୍ତି । ରାଜ୍ୟରେ ସକାଳୁଆ ସ୍କୁଲ ଲାଗୁ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଆଗଲା ନିଷ୍ପତ୍ତି । ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏ ହେବ କ୍ଳାସ । ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଜାରି କଲା ବିଭାଗ ।

ରାଜ୍ୟରେ ସକାଳୁଆ ସ୍କୁଲ ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ପିଲାମାନେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ିବେ । ଖରା ଏବଂ ଗ୍ରୀଷ୍ମପ୍ରବାହ ପାଇଁ ରାଜ୍ୟ ସରକାର ଏହିଭଳି ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଗ୍ରୀଷ୍ମପ୍ରବାହ ଛୁଟି ପର୍ଯ୍ୟନ୍ତ ସକାଳୁଆ ପାଠପଢ଼ା ହେବ ।

ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ନିର୍ଦ୍ଦେଶ ଜାରି ହୋଇଛି । ଗଣଶିକ୍ଷା ସଚିବ ଏନ୍‌ ତିରୁମାଳା ନାଏକ ଏହି ସୂଚନା ଦେଇଛନ୍ତି । ତେବେ ବିଦ୍ୟାଳୟରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଛି ।

ତେବେ ଗ୍ରୀଷ୍ମ ଛୁଟି ପରେ, ପୂର୍ବରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ସ୍କୁଲ ସମୟ ସ୍ୱାଭାବିକ ଭାବରେ ଜାରି ରହିବ। ସେପଟେ ସକାଳୁଆ ସ୍କୁଲ ହେଲେବି ଏହି ସମୟରେ ସ୍କୁଲ ପରିଚାଳନା ପାଇଁ ବିଭାଗ ପକ୍ଷରୁ ଗାଇଡଲାଇନ ମଧ୍ୟ ଜାରି କରାଯାଇଛି।

କ’ଣ ରହିଛି ଗାଇଡଲାଇନ ?
ପାନୀୟ ଜଳର ଉପଲବ୍ଧତା ରଖିବା ସୁନିଶ୍ଚିତ କରିବା । ଆବଶ୍ୟକ ସ୍ଥଳେ, ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ସ୍କୁଲ କ୍ୟାମ୍ପସ ଭିତରେ ଥିବା ନଳକୂପଗୁଡ଼ିକୁ ମରାମତି କରାଯିବ । ପ୍ରତିଦିନ ଏକ ନିର୍ଦ୍ଦିଷ୍ଟ ସମୟରେ ପାଣି ଘଣ୍ଟି ସହିତ ପାନୀୟ ଜଳ ବିରତି ରହିବ । ବିଦ୍ୟାଳୟଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପ୍ୟାକେଟ ରଖିବା ଆବଶ୍ୟକ ଏବଂ ଆବଶ୍ୟକ କରୁଥିବା ଛାତ୍ର/କର୍ମଚାରୀଙ୍କୁ ଯୋଗାଇ ଦିଆଯିବା ଆବଶ୍ୟକ । ଛାତ୍ରମାନେ ଯେପରି ଗରମ ପ୍ରବାହର ସମ୍ମୁଖୀନ ନ ହୁଅନ୍ତି, ସେଥିପାଇଁ ବାହ୍ୟ କାର୍ଯ୍ୟକଳାପକୁ ସୀମିତ କରାଯିବ । ଅଭିଭାବକମାନେ ପିଲାମାନଙ୍କୁ ସ୍କୁଲ ଯିବା ସମୟରେ ପାଣି ବୋତଲସହ ପଠାଇବେ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Morning School | New Guideline: Morning School Timings Start From Tomorrow | Argus News