Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ଘଟିଛି

Ritu Das
Browse all articles by Ritu Das
·1 year ago
ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ଘଟିଛି

ଅର୍ଗସ ବ୍ୟୁରୋ: ରାଜ୍ୟର ଉତ୍ତରପଶ୍ଚିମ ଭାଗରେ ତଳମୁହାଁ ପାରଦ। ପଶ୍ଚିମାଝଡ଼ ଅପସାରଣ ପରେ ରାଜ୍ୟରେ ଉତ୍ତରପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ପାଇଛି । ଫଳରେ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ଘଟିଛି । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଅନେକ ସ୍ଥାନରେ ଶୀତ ବୃଦ୍ଧି ପାଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ଆଶଙ୍କା‌ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


ଗତ ୨୪ ଘଣ୍ଟାରେ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ସିମିଳିଗୁଡ଼ାରେ ୯.୧, ଫୁଲବାଣୀରେ ୯.୫, ସୁନ୍ଦରଗଡ଼ ଓ କୋରେଇରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Night temperatures have dropped by 2 to 3 degrees in most places. | Argus News