Videos
|
Odisha

ବାତ୍ୟା ନେଇ କୌଣସି ଆକଳନ କରାଯାଇ ନାହିଁ

Ritu Das
Browse all articles by Ritu Das
·2 years ago·1 min read
ବାତ୍ୟା ନେଇ କୌଣସି ଆକଳନ କରାଯାଇ ନାହିଁ

ଅର୍ଗସ ବ୍ୟୁରୋ: ବାତ୍ୟା ନେଇ କୌଣସି ଆକଳନ କରାଯାଇ ନଥିବା ନେଇ ପାଣିପାଗ ବିଭାଗର ସୂଚନା । ମାତ୍ର ଆଗାମୀ 22 ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ 24ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି l ପ୍ରାକ୍ ମୌସୁମୀ ଋତୁରେ ବାତ୍ୟାର ସମ୍ଭାବନା ରହିଥାଏ। 

22 ତାରିଖ ପରେ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣପାଗ ବିଭାଗ ସୂଚନା ଦେଇଛି । ତେବେ ଆସନ୍ତା ୨୧ ତାରିଖ ଯାଏଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ବଭାବିକ ଠାରୁ ୨ ରୁ ୪ ଡିଗ୍ରୀ ତାପମାତ୍ରା ଅଧିକ ରହିବ। ଉପକୂଳ ଓଡ଼ିଶାରେ ଉଷ୍ମ ଆଦ୍ର ତାପମାତ୍ରା ପରିଲକ୍ଷିତ ହେବ ସହ  ଦିନ ସମୟରେ ଆଦ୍ରତା ଅଧିକ ରହୁଥିବା ହେତୁ ଗୁଳୁଗୁଳି ଅନୁଭୁତ ହେବ। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆଗାମୀ ଦୁଇରୁ ତିନି ଦିନ ଯାଏଁ କାଳବୈଶାଖୀର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
No Cyclone forecast | Argus News