Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଏଣିକି ମାର୍ଚ୍ଚ ୫ ନୁହେଁ, ଏପ୍ରିଲ ୨୪ରେ ପଞ୍ଚାୟତରାଜ ଦିବସ

Odisha

ଏଣିକି ମାର୍ଚ୍ଚ ୫ ନୁହେଁ, ଏପ୍ରିଲ ୨୪ରେ ପଞ୍ଚାୟତରାଜ ଦିବସ

Satyendu Sekhar Mishra
Browse all articles by Satyendu Sekhar Mishra
·1 year ago·1 min read
ଏଣିକି ମାର୍ଚ୍ଚ ୫ ନୁହେଁ, ଏପ୍ରିଲ ୨୪ରେ ପଞ୍ଚାୟତରାଜ ଦିବସ

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ, ଅପ୍ରେଲ ୨୪ ତାରିଖରେ ହେବ । ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ ତାରିଖରେ ଆଡମ୍ବର ସହ ପାଳନ କରାଯିବ, ଛୁଟି ହିସାବରେ ପାଳନ କରାଯିବ ନାହିଁ ।

ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଛି। ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ।

ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
No More Panchayati Raj Divas On March 5 | Govt Changes Date To April 24 | Argus News