Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Nuakhai 2025: ନୂଆଁଖାଇ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା, ମା' ସମଲେଶ୍ୱରୀଙ୍କ ପାଖରେ ଲାଗି ହେବ ନବାନ୍ନ

santosh Kumar Sahoo
Browse all articles by santosh Kumar Sahoo
·10 months ago·1 min read
Nuakhai 2025: ନୂଆଁଖାଇ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା, ମା' ସମଲେଶ୍ୱରୀଙ୍କ ପାଖରେ ଲାଗି ହେବ ନବାନ୍ନ

Key Points

 ଆଜି କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଏଥିପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା । ନିର୍ଦ୍ଧାରିତ ସମୟରେ ମା' ସମଲେଇଙ୍କ ପାଖରେ ଲାଗି ହେବ ନବାନ୍ନ । 

ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଘର ଲିପା ପୋଛା ସହ ସାଜସଜ୍ଜା । କୃଷି ଭିତ୍ତିକ ଗଣପର୍ବକୁ ପାଳନ କରିବାକୁ ପ୍ରତି ଘରେ, ପ୍ରତି ପରିବାରରେ ଉତ୍ସାହ ଉଦ୍ଦୀପନା । ବର୍ଷକେ ଥରେ ଭାଇ ବନ୍ଧୁ, ପରିଜନ ସମ୍ପର୍କୀୟ ସମସ୍ତଙ୍କ ମିଳନର ନିଆରା ପରମ୍ପରା । ଏଥିପାଇଁ ତ ଯିଏ ଯେତେ ଦୂରରେ ଥିଲେ ବି ଘର ମୁହାଁ ହୁଅନ୍ତି ।


ସେପଟେ ସମ୍ବଲପୁରରେ ସକାଳ ୯ଟା ୩୩ରୁ ୯ଟା ୫୫ ମଧ୍ୟରେ ନବାନ୍ନ ଲାଗି ପାଇଁ ଲଗ୍ନ ନିର୍ଦ୍ଧାରଣ ହୋଇଛି । ନିର୍ଦ୍ଧାରିତ ଲଗ୍ନ ସମୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ବରୀଙ୍କ ପୀଠରେ ନୂଆ ଶସ୍ୟରେ ପ୍ରସ୍ତୁତ ନବାନ୍ନ ଲାଗି କରାଯିବ । ସେହିପରି ବଲାଙ୍ଗିରର ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ବରୀ ଓ ପାଟଣେଶ୍ବରୀ, ସୋନପୁରର ସୁରେଶ୍ବରୀଙ୍କ ପୀଠରେ ମଧ୍ୟ ପୂର୍ବ ନିର୍ଦ୍ଧାରିତ ଲଗ୍ନରେ ନବାନ୍ନ ଲାଗି ପରେ ନୂଆ ଖାଇବେ ଜିଲ୍ଲାବାସୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ନୂଆଁଖାଇ ପାଇଁ ଘରେ ଘରେ ଚାଲିଛି ପିଠା ପଣା ପ୍ରସ୍ତୁତି । ଗାଁ ଗାଁରେ ଝାଙ୍କର ଗ୍ରାମ ଦେବଦେବୀଙ୍କ ପୂଜା ସାରି କରି ଘର ଘର ବୁଲି ନୂଆଁ ସରିଆଁ ଧାନ ଦେଇଥାଏ । ଘରର ସବୁ ସଦସ୍ୟ ଏକାଠି ବସି ନୂଆଁ ଖାଇବା ସହ ବଡ଼ମାନଙ୍କୁ ଜୁହାର ଭେଟ ହେବାର ପରମ୍ପରା ରହିଛି ।

Sponsored
Nuakhai 2025: Western Odisha Celebrates the Harvest Festival with Devotion & Unity | Argus News