|
logo
Live

Argus News - ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ କରାଯାଏ ଘୋଡ଼ ଲାଗି

Odisha

ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ କରାଯାଏ ଘୋଡ଼ ଲାଗି

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ କରାଯାଏ ଘୋଡ଼ ଲାଗି

ଅର୍ଗସ ବ୍ୟୁରୋ:  ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ । ଶ୍ରୀମନ୍ଦିରରେ ଏହି ଅବସରରେ ଅନୁଷ୍ଠିତ ହୋଇଥାଏ ଓଢ଼ଣ ଷଷ୍ଠୀ ନୀତି । ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଏ । ଦରଜି ସର୍ଦ୍ଦାରଙ୍କ ଦ୍ୱାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିବେ ମହାପ୍ରଭୁ । ଏହି ଘୋଡ଼ଲାଗି ଆସନ୍ତା ମାଘ ଶୁକ୍ଳ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ । ପ୍ରତିଦିନ ଭିନ୍ନ ଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ । ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ ।

ଓଢ଼ଣୀ ଷଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ । ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି । ଆଜି ମହାପ୍ରଭୁଙ୍କ ସକାଳ ଧୂପ ବଢିବା ପରେ ମଇଲମ କରାଯାଇଥିଲା । ଗତକାଲି ରାତିରୁ ଭୋଗମଣ୍ଡପ ପରେ ଅଧିବାସୀତ ହୋଇଥିବା ଘୋଡମାନଙ୍କୁ ଘଣ୍ଟ, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିତ କରାଇ ରତ୍ନସିଂହାସନକୁ ବିଜେ କରାଯାଇଥିଲା । ପରେ ପ୍ରସାଦ ଲାଗି ସହ ତିନିବାଡ଼ରେ ବନ୍ଦାପନା କରାଯାଇଥିଲା । ଆଜି ସୋମବାର ହେତୁ ଷଷ୍ଠୀ ଅବସରରେ କଳାଛିଟା ମିଶା ଶୁକ୍ଳରଙ୍ଗର ଘୋଡ଼ ଲାଗି ହୋଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ କରାଯାଏ ଘୋଡ଼ ଲାଗି | Argus News