|
logo
Live

Argus News - ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ

Odisha

ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ

Smruti Parija
Browse all articles by Smruti Parija
·1 year ago·1 min read
ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ

ପୁରୀ: ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ। ଶ୍ରୀମନ୍ଦିରରେ ଏହି ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ମହାପ୍ରଭୁଙ୍କ ମାନବୀୟ ଲୀଳାକ୍ରମରେ ଏହି ନୀତିରେ ଶୀତର ପ୍ରକୋପରୁ ବର୍ତ୍ତିବାକୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିବେ ମହାପ୍ରଭୁ। ପ୍ରତିଦିନ ଭିନ୍ନଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। 

ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି। ଆଜି ମହାପ୍ରଭୁଙ୍କ ସକାଳଧୂପ ବଢିବା ପରେ ମଇଲମ କରାଯାଇଛି । ଗତକାଲି ରାତିରୁ ଭୋଗମଣ୍ଡପ ପରେ ଅଧିବାସୀତ ହୋଇଥିବା ଘୋଡମାନଙ୍କୁ ଘଣ୍ଟ, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିତ କରାଇ ରତ୍ନସିଂହାସନକୁ ବିଜେ କରାଯାଇଛି । ଆଜି ଶନିବାର ଷଷ୍ଠୀ ଅବସରରେ ମହାପ୍ରଭୁଙ୍କ ଠାରେ କଳା ରଙ୍ଗର ଘୋଡ଼ ଲାଗି ହୋଇଛି। 

ପରମ୍ପରା ଅନୁଯାୟୀ ମାର୍ଗଶିର ଶୁକ୍ଳ ଷଷ୍ଠୀ ତିଥି ଠାରୁ ଆରମ୍ଭ ହୋଇ ବସନ୍ତ ପଞ୍ଚମୀ ପୂର୍ବଦିନ ପର୍ଯ୍ୟନ୍ତ ଠାକୁରମାନେ ଏହି ଘୋଡ଼ ଲାଗି ହୋଇଥାନ୍ତି। ରବିବାରରେ ଲାଲ ରଙ୍ଗ, ସୋମବାର କଳାଛିଟା ମିଶା ଶୁକ୍ଳରଙ୍ଗ, ମଙ୍ଗଳବାର ବାର ପାଟିଆ, ବୁଧବାର ନୀଳରଙ୍ଗ, ଗୁରୁବାର ହଳଦିଆ ଏବଂ ଶୁକ୍ରବାର ଦିନ ଠାକୁରମାନେ ଧଳା ରଙ୍ଗର ଘୋଡ଼ ପରିଧାନ କରିଥାନ୍ତି। ଶୀତ ଦାଉରୁ ରକ୍ଷା ପାଇବା ପାଇଁ ମାନବୀୟ ଲୀଳାକ୍ରମରେ ଶ୍ରୀଜୀଉ ମାନେ ଏହି ଘୋଡ଼ ବା ଶୀତବସ୍ତ୍ର ପରିଧାନ କରିଥାନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ | Argus News