Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Odia Language / ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ

Rashmita Mishra
Browse all articles by Rashmita Mishra
·6 months ago·2 min read
 ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ
Odia Language

Key Points

ଓଡ଼ିଆରେ ହେବ ସରକାରୀ କାମ । 
ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ । 
ଯେଉଁ ଅଧିକାରୀ ଖିଲାପ କରିବେ ହେବ କାର୍ଯ୍ୟାନୁଷ୍ଠାନ । 

ଏଣିକି ଆଉ ଇଂରାଜୀ ଚଳିବନି, ଓଡ଼ିଆରେ ହେବ ସବୁ ସରକାରୀ କାମ। ସରକାରୀ କାର୍ଯ୍ୟାଳୟରେ ‘ଓଡ଼ିଆ’ ହେବ ବାଧ୍ୟତାମୂଳକ। ଏହି ନିୟମ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତରୀୟ ସରକାରୀ ଅଫିସରେ କଡ଼ାକଡ଼ି ଲାଗୁ ହେବ । ସମସ୍ତ ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆ ଭାଷାରେ ହେବ। ନିୟମ ଖିଲାପ କଲେ ଅଧିକାରୀଙ୍କ ବିରୋଧରେ ହେବ ନୋଟିସ୍। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଯେଉଁ ଅଧିକାରୀ ଏହାର ଖିଲାପ କରିବେ, ତାଙ୍କୁ ଏହି ବିଷୟରେ ତାଗିଦ କରାଯିବ ଓ ଆବଶ୍ୟକ ହେଲେ କାରଣ ଦର୍ଶାଅ ନୋଟିସ ଜାରି କରାଯିବ। ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ସମସ୍ତ ଅଧସ୍ତନ କାର୍ଯ୍ୟାଳୟ, ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ଅନୁଷ୍ଠାନ ଯେପରିକି ବିଭିନ୍ନ ନିଗମ, ପୌର ସଂସ୍ଥା ଓ ସ୍ବୟଂ ଚାଳିତ ସଂସ୍ଥା ଇତ୍ୟାଦି ଏହି ନିର୍ଦ୍ଦେଶକୁ ପାଳନ କରିବେ।

ସୂଚନାନୁଯାୟୀ ପ୍ରଶାସନିକ ଭାଷାକୋଷକୁ ସରକାରୀ କାର୍ଯ୍ୟାଳୟମାନଙ୍କରେ ଉପଲବ୍ଧ କରାଯିବ । ଏଥିପାଇଁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେର ଗ୍ରହଣ କରାଯିବ। ଏନେଇ ରାଜ୍ୟର ସମସ୍ତ ବିଭାଗ, ସମସ୍ତ ବିଭାଗୀୟ ମୁଖ୍ୟ ଦପ୍ତର ସମସ୍ତ ଜିଲ୍ଲାପାଳଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସ୍ୱତନ୍ତ୍ର ଶାସନ ସଚିବଙ୍କ ଚିଠି ଲେଖିଛନ୍ତି ।

ସମସ୍ତ ବିଭାଗ, ମୁଖ୍ୟ ଦପ୍ତର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ । ନିଗମ, ପୌର ସଂସ୍ଥା ଓ ସ୍ୱୟଂ ଚାଳିତ ସଂସ୍ଥା ନିର୍ଦ୍ଦେଶକୁ ପାଳନ କରିବେ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆବଶ୍ୟକ ପଦକ୍ଷେପ ନେବ। ଖିଲାପ କଲେ ତାଗିଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହେବ। ସବୁ ସରକାରୀ ଅଫିସରେ ଓଡ଼ିଆରେ ସବୁ କାର୍ଯ୍ୟ କରାଯିବ। ଏନେଇ କଡ଼ାକଡ଼ି ଭାବରେ ନିୟମ ପାଳନ କରିବାକୁ ହେବ। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାରେ କାମ କରାଯିବ। ସରକାରୀ କାର୍ଯ୍ୟାଳୟରୁ ପ୍ରକାଶ ପାଉଥିବା ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଏସବୁ ଓଡ଼ିଆ ଭାଷାରେ ହିଁ ହେବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odia Language | All Government Offices to Function in Odia Language | Argus News