Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Monsoon Session / ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

Rashmita Mishra
Browse all articles by Rashmita Mishra
·10 months ago·2 min read
ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

Key Points

ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ସରଗରମ ହେବ ଅଧିବେଶନ । ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା । ପୋଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଗୁ

ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ସରଗରମ ହେବ ଅଧିବେଶନ । ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା । ପୋଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ଥିଲେ । ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ଆନ୍ଦୋଳନକରୀଙ୍କୁ ରୋକିବା ପାଇଁ ନିଆଯାଇଛି ସୁରକ୍ଷା ବ୍ୟବସ୍ଥା ।

ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ସହ ସିସିଟିଭି ନଜରରେ ରହିବ ବିଧାନସଭା । ସୁରୁଖୁରୁରେ ଗୃହ ଚଳାଇବା ପାଇଁ ଗତକାଲି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି । ଆଜି ବିଜେଡି, କଂଗ୍ରେସ ଓ ବିଜେପିର ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ ହେବ। ଆସନ୍ତାକାଲିଠୁ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି ।

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି| ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା ୧୫୦ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ ।

ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ଲୋୟର ପିମଜି ରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Monsoon Session | Odisha Assembly Monsoon Session Begins Tomorrow | Argus News | Argus News