AYUSH Doctors Salary Hike / ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏବେ ମାସକୁ ମିଳିବ ୯୧ ହଜାର
·3 months ago·1 min read

Key Points
NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା
ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସୂଚନା
ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି
ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସୂଚନା
ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି
ବଢିଲା ଆୟୁଷ ଡାକ୍ତରଙ୍କ ଦରମା । ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ହୋଇଛି । ଆୟୁଷ ଡାକ୍ତର ମାନଙ୍କ ସର୍ବନିମ୍ନ ଦରମା ଏବେ ୫୬ ହଜାର ୯୪୮ ଟଙ୍କା ଏବଂ ସର୍ବାଧିକ ଦରମା ୯୧ ହଜାର୪୬୭ ଟଙ୍କାରେ ପହଞ୍ଚିଛି । ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।
୫ ବର୍ଷରୁ କମ୍ ସମୟ ଅବଧି ପାଇଁ ସେବାରତ ଆୟୁଷ ଡାକ୍ତର ମାନଙ୍କ ଦରମା ମାସକୁ ୨୦ ହଜାର ଟଙ୍କା ବୃଦ୍ଧି ପାଇଛି। ଏହାଦ୍ବାରା ସେମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହୋଇଛି ।
ସେହିପରି ୫ରୁ ୧୦ ବର୍ଷ ମଧ୍ୟରେ ସେବା କରିଥିବା ଡାକ୍ତର ମାନଙ୍କ ଦରମା ମାସକୁ ୨୫ ହଜାର ବୃଦ୍ଧି ପାଇ ୭୪,୪୬୭ ଟଙ୍କାରେ ପହଞ୍ଚିଛି । ୧୦ରୁ ୧୫ ବର୍ଷ ସେବା ପାଇଁ ମାସକୁ ୩୦ ହଜାର ଟଙ୍କା ବୃଦ୍ଧି ପାଇ ୮୦,୪୬୭ ହୋଇଥିବ ବେଳେ ୧୫ ବର୍ଷରୁ ଉର୍ଦ୍ଧ୍ବସେବା ପାଇଁ ଆୟୁଷ ଡାକ୍ତର ମାନଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କାରେ ପହଞ୍ଚିଛି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟରେ ଆୟୁଷ ସ୍ବାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ଏଥିସହ ପଢ଼ନ୍ତୁ: କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ଦରମା
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories